ତାଇଓ୍ବାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଭୟ କରୁଛନ୍ତି ଜିନପିଙ୍ଗ୍‌…

ବେଜିଂ/ତାଇପେ/ଓ୍ବାଶିଂଟନ,୨୭।୨ : ରୁଷିଆ ୟୁକ୍ରେନରେ ଯୁଦ୍ଧ ଆରମ୍ଭ କରିବା ଭୁଲ ହୋଇଥିବା ଚର୍ଚ୍ଚା ହେଉଛି। ଅନେକ ରିପୋର୍ଟରେ କୁହାଯାଇଛି ଯେ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ନିଜେ ଜାଣି ନ ଥିଲେ ଯେ ଏହି ଯୁଦ୍ଧ ଏତେ ଦିନ ପର୍ଯ୍ୟନ୍ତ ଚାଲିବ ଏବଂ ରୁଷିଆକୁ ବହୁ କ୍ଷତି ସହିବାକୁ ପଡିବ। ଏହି ଯୁଦ୍ଧ ଚାଇନାକୁ ତାଇୱାନ ପ୍ରସଙ୍ଗରେ ମଧ୍ୟ ଚିନ୍ତା କରିବାକୁ ବାଧ୍ୟ କରିଛି।

ସିଆଇଏ ନିର୍ଦ୍ଦେଶକ ୱିଲିୟମ ବର୍ନସ କହିଛନ୍ତି ଯେ ୟୁକ୍ରେନରେ ରୁଷିଆର ଅଭିଜ୍ଞତା ପରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏବଂ ତାଙ୍କର ସାମରିକ ନେତୃତ୍ୱ ତାଇୱାନ ଉପରେ ଆକ୍ରମଣ କରିବାର କ୍ଷମତା ଉପରେ ସନ୍ଦେହ କରୁଛନ୍ତି। ତାଇଓ୍ବାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିନପିଙ୍ଗ ଭୟ କରୁଛନ୍ତି। ଏକ ଟେଲିଭିଜନ ସାକ୍ଷାତକାରରେ ଆମେରିକାର ଜଣେ ବରିଷ୍ଠ ଗୁପ୍ତଚର ଅଧିକାରୀ କହିଛନ୍ତି ଯେ ତାଇୱାନକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକା ଚାଇନା ଯୋଜନାକୁ ଗୁରୁତ୍ୱ ପ୍ରଦାନ କରି ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦେଉଛି। ତେବେ ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଏହା ପ୍ରତ୍ୟକ୍ଷ ସାମରିକ ବିବାଦ ପାଇଁ ଉଦ୍ଦିଷ୍ଟ ନୁହେଁ।

ସିଆଇଏ ମୁଖ୍ୟ କହିଛନ୍ତି ଯେ ଚାଇନ ରାଷ୍ଟ୍ରପତି ଶି ଜିନପିଙ୍ଗ ୨୦୨୭ ସୁଦ୍ଧା ତାଇୱାନ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ରହିବାକୁ ଚାଇନ ସୈନିକଙ୍କୁ କହିଛନ୍ତି। ତେବେ ଏହାର ଅର୍ଥ ନୁହେଁ ଯେ ଚାଇନା ୨୦୨୭ କିମ୍ବା ଅନ୍ୟ କୌଣସି ବର୍ଷରେ ତାଇୱାନ ଉପରେ ସାମରିକ ଆକ୍ରମଣ କରିବାକୁ ନିଷ୍ପତ୍ତି ନେଇଛି। ସେ କହିଛନ୍ତି ଯେ ୟୁକ୍ରେନରେ ରୁଷିଆର ସ୍ଥିତିକୁ ଦୃଷ୍ଟିରେ ରଖି ସେ ତାଇୱାନ ଉପରେ ଆକ୍ରମଣକୁ ସମ୍ପୂର୍ଣ୍ଣ କରିପାରିବେ କି ନାହିଁ ଚାଇନା ରାଷ୍ଟ୍ରପତି ସନ୍ଦେହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri