କ୍ୟାପିଟାଲ ହସ୍ପିଟାଲରେ ହେବ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ

କଟକ ଅଫିସ,୨୮ା୨:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ ପ୍ରତିଷ୍ଠା ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ରାଜ୍ୟରେ କର୍କଟ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ ପ୍ରସଙ୍ଗରେ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲା ସୋମବାର ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍‌. ମୁରଲୀଧର ଓ ଜଷ୍ଟିସ ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି କରିଥିଲେ। ଶୁଣାଣିବେଳେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦାଖଲ ସତ୍ୟପାଠରେ ଏବେ ବାଲେଶ୍ୱର ଓ ବ୍ରହ୍ମପୁରରେ ପେଟ୍‌ ସିଟି ସ୍କାନ ସମ୍ଭବ ନୁହେଁ ବୋଲି ଦର୍ଶାଯାଇଛି। ପେଟ୍‌ ସିଟି ସ୍କାନ ଚିକିତ୍ସା ପାଇଁ ସାଇକ୍ଲୋଟ୍ରନ ଆବଶ୍ୟକ ହୋଇଥାଏ। ଏହି ସାଇକ୍ଲୋଟ୍ରନ ସାଧାରଣତଃ ମୁମ୍ବାଇ, ଦିଲ୍ଲୀ, ହାଇଦ୍ରାବାଦ ଓ କୋଲକତାରୁ ଆସିଥାଏ। ଏଥିସହ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କର୍କଟ ରୋଗୀଙ୍କ ଚିକିତ୍ସା ଏହାଦ୍ୱାରା କରାଯାଇଥାଏ। ହେଲେ ନିକଟରେ ଏୟାରପୋର୍ଟ ନ ଥିବାରୁ ସାଇକ୍ଲୋଟ୍ରନ ଅଣାଯିବାରେ ସମସ୍ୟା ରହିଛି। ସେ ଦୃଷ୍ଟିରୁ ବାଲେଶ୍ୱର ଓ ବ୍ରହ୍ମପୁରରେ ଏବେ ଏହି ଚିକିତ୍ସା ସମ୍ଭବ ନୁହେଁ ବୋଲି ସତ୍ୟପାଠରେ କାରଣ ଦର୍ଶାଯାଇଛି। ତେଣୁ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ ତାରିଖକୁ ଧାର୍ଯ୍ୟ ହୋଇଛି। ଆବେଦନକାରୀ ଅନିତା ବୁଦ୍ଧିଆଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଗୌତମ କୁମାର ଆଚାର୍ଯ୍ୟ ଓ ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆ ଏବଂ ଆଚାର୍ଯ୍ୟ ହରିହର ପିଜି କର୍କଟ ରୋଗ ପ୍ରତିଷ୍ଠାନର ନିର୍ଦ୍ଦେଶକଙ୍କ ତରଫରୁ ଆଇନଜୀବୀ ଦେବାଶିଷ ପଣ୍ଡା ମାମଲା ପରିଚାଳନା କରୁଛନ୍ତି। ଆବେଦନକାରୀ ଅନିତା ବୁଦ୍ଧିଆ କର୍କଟ ରୋଗୀଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଓ ପରୀକ୍ଷା ବ୍ୟବସ୍ଥାକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ସେହିପରି ସ୍ବେଚ୍ଛାସେବୀ ଅନୁଷ୍ଠାନ ମୈତ୍ରୀ ସଂସଦ ପକ୍ଷରୁ କର୍କଟ କେନ୍ଦ୍ରର ବ୍ୟାପକ ଅବ୍ୟବସ୍ଥାକୁ ନେଇ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri