ଜେଏସ୍‌ପିକୁ ସିଏସ୍‌ଆର୍‌ ଜର୍ନାଲ୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ,୨୮।୨: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ତଥା ଇସ୍ପାତ ନିର୍ମାତା ‘ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର’ (ଜେଏସପି)କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷ କରି ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜେଏସପିକୁ ସମ୍ମାନଜନକ ସିଏସ୍‌ଆର୍‌ ଜର୍ନାଲ୍‌ ଆଓ୍ବାର୍ଡ ଦିଆଯାଇଛି। ଏପରିକି ମୁମ୍ବାଇ ସ୍ଥିତ ଜାତୀୟ ଷ୍ଟକ୍‌ ଏକ୍ସଚେଞ୍ଜଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଜେଏସପିର ସଭାପତି ତଥା ଗ୍ରୁପ ମୁଖ୍ୟ (ସିଏସଆର) ପ୍ରଶାନ୍ତ ହୋତା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପୂର୍ବତନ ନିର୍ବାଚନ କମିଶନର ଜେଏସ୍‌ ସାହାରିଆଙ୍କଠାରୁ ସିଏସ୍‌ଆର୍‌ ଜର୍ନାଲ ଉତ୍କର୍ଷ ପୁରସ୍କାର ୨୦୨୨ ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ସହ ସିଏସଆର କାର୍ଯ୍ୟକ୍ରମ ପାଇଁ କମ୍ପାନୀମାନଙ୍କୁ ପ୍ରଶଂସା କରିଥିଲେ।ଅପରପକ୍ଷରେ ଦିବ୍ୟାଙ୍ଗ ପିଲାମାନଙ୍କ ପାଇଁ ଜେଏସପି ଦ୍ବାରା କାର୍ଯ୍ୟକାରୀ କରାଯାଉଥିବା ‘ଆଶା-ଦ ହୋପ’ର ବିଭିନ୍ନ ପଦକ୍ଷେପ ନିମନ୍ତେ ଜେଏସପିକୁ ଉକ୍ତ ପୁରସ୍କାର ପାଇଁ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri