ପିଡିଏସ୍‌ ଚାଉଳରେ ଅପମିଶ୍ରଣ ଖବରର ତଦନ୍ତ କରାନ୍ତୁ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ୍‌ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ କରିବା ଆବଶ୍ୟକତା ଅଛି। ଏହାସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବା ପାଇଁ ଯଥାଶୀଘ୍ର ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଚିଠି ଲେଖି ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, କେନ୍ଦ୍ର ଖାଉଟି ବ୍ୟାପାର ଏବଂ ଖାଦ୍ୟ ଓ ସାଧାରଣ ଯୋଗାଣ ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଭାରତବର୍ଷର କୋଟି କୋଟି ଲୋକଙ୍କ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରୁଛି। ଏହି ଯୋଜନାର ପ୍ରମୁଖ ଲାଭାର୍ଥୀ ଓଡ଼ିଶା ହୋଇଛି। ପ୍ରାୟ ୩.୨୫ କୋଟି ହିତାଧିକାରୀଙ୍କୁ ଏହି ଯୋଜନାରେ ଚାଉଳ ପ୍ରଦାନ କରାଯାଉଛି। ମାତ୍ର ନିକଟରେ କୋରାପୁଟ ଜିଲାର ଲମତାପୁଟ, ବାଲେଶ୍ୱରର ସଦର ବ୍ଲକ ତଥା ସୁନ୍ଦରଗଡ଼ ଜିଲା ବଡବାହାଲଠାରେ ପିଡିଏସରେ ଦିଆଯାଉଥିବା ଚାଉଳ ନେଇ ଜନସାଧାରଣଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଥିବା ଜଣାପଡିଛି। ପୂର୍ବରୁ ମିଳୁଥିବା ଚାଉଳ ଏବଂ ବର୍ତ୍ତମାନ ମିଳୁଥିବା ଚାଉଳରେ ପାର୍ଥକ୍ୟ ରହିଥିବା କୁହାଯାଉଛି। ବର୍ତ୍ତମାନ ମିଳୁଥିବା ଚାଉଳ ପାଣିରେ ଭିଜିବା ପରେ ତଳେ ରହିବା ପରିବର୍ତ୍ତେ ଉପରେ ଭାସମାନ ଅବସ୍ଥାରେ ରହୁଛି ଏବଂ ରନ୍ଧାଶୈଳୀ ଓ ସ୍ବାଦ ମଧ୍ୟ ଭିନ୍ନଥିବା ଜଣାପଡିଛି। ଏହି କାରଣରୁ ପିଡିଏସ ମାଧ୍ୟମରେ ପ୍ଲାଷ୍ଟିକ ଚାଉଳ ବଣ୍ଟନ କରାଯାଉଥିବା ନେଇ ଗୁଜବ ସୃଷ୍ଟି କରାଯାଉଛି। ଏହାଦ୍ୱାରା ସମ୍ପୃକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହି ବିଷୟରେ ତଦନ୍ତ କରିବା ପାଇଁ ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ଲାଗି କେନ୍ଦ୍ରମନ୍ତ୍ରୀ ପୀୟୂଷଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା...

Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ

ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ...

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri