ଡକାୟତ ଗ୍ୟାଙ୍ଗର ୨ ଗିରଫ

ବାଲିଗୁଡ଼ା,୨୮ା୨(ଡି.ଏନ.ଏ):  ବାଲିଗୁଡ଼ା ପୋଲିସ ଏକ ୬ଜଣିଆ ଡକାୟତ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଥିବା ନେଇ ଏସ୍‌ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ, ଗୋଟିଏ ଛୁରି, ଦୁଇଟି ମୋବାଇଲ ସମେତ ଗୋଟିଏ ଚୋରି ବାଇକ୍‌ ଅଭିଯୁକ୍ତଙ୍କ ନିକଟରୁ ଜବତ ହୋଇଛି। ପୂର୍ବରୁ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ଅଜୟ ଦିଗାଳକୁ ପୋଲିସ ଗିରଫ କରିଥିବା ବେଳେ ଆଉ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ତୁମୁଡ଼ିବନ୍ଧ ଥାନା ଅଞ୍ଚଳର ରିଚାର୍ଡ ନାୟକ, ପ୍ରିୟ ମଣ୍ଡଳ। ବର୍ତ୍ତମାନ ସୁଦ୍ଧା ତିନି ଜଣ ଗିରଫ ହୋଇଥିବା ବେଳେ ଗ୍ୟାଙ୍ଗର ଆଉ ୩ ଜଣଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଚଳାଇଛି।
ସୂଚନା ପ୍ରକାରେ, ୨୦୨୨ ନଭେମ୍ବରରେ ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ଜଲେଶପଟ୍ଟା ନିକଟସ୍ଥ ମା’ବରାଳ ଦେବୀ ପେଟ୍ରୋଲ ପମ୍ପର ମ୍ୟାନେଜର ଟଙ୍କା ଜମା କରିବାକୁ ବ୍ୟାଙ୍କକୁ ଯିବା ସମୟରେ ତୁମୁଡ଼ିବନ୍ଧ କଲେଜ ନିକଟରୁ ୫ ଲକ୍ଷ ଟଙ୍କା ଲୁଟ ହୋଇଥିଲା। ଏହାପରେ ଚଳିତବର୍ଷ ଜାନୁୟାରୀ ୨୯ ତାରିଖରେ ପୁଣିଥରେ ବିଳମ୍ବିତ ରାତିରେ ଜଲେଶପଟ୍ଟାସ୍ଥିତ ସେହି ପେଟ୍ରୋଲ ପମ୍ପରେ ଦୁର୍ବୃତ୍ତ ପହଞ୍ଚତ୍ କର୍ମଚାରୀଙ୍କୁ ମାଡ଼ ମାରି ଭଙ୍ଗାରୁଜା କରିବା ସହ କିଛି ଟଙ୍କା ସମେତ ଏକ ମୋଟର ବାଇକ୍‌ ଲୁଟି ନେଇଥିଲେ। ଏହାପରେ ଫେବୃୟାରୀ ୮ତାରିଖରେ ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟିରେ ରାସ୍ତାରେ କାଠ ଓ ପଥର ପକାଇ ଏକ ଟ୍ରକ ଅଟକାଇ ଟ୍ରକ ଡ୍ରାଇଭରଙ୍କୁ ବନ୍ଧୁକ ଦେଖାଇ ଡ୍ରାଇଭର ଓ ଟ୍ରକରେ ଆସୁଥିବା ଜଣେ ଶିକ୍ଷକଙ୍କୁ ମାଡ଼ ମାରି ସେମାନଙ୍କ ନିକଟରୁ ୨୬ ହଜାରରୁ ଊଦ୍ଧର୍‌ବ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିଲେ। ସମସ୍ତ ଘଟଣାକୁ ଗୁରୁତର ସହ ଗ୍ରହଣ କରି ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ସ୍ବତନ୍ତ୍ର ଟିମ ତଦନ୍ତ ଜାରି ରଖିଥିଲା। ଗିରଫ ଦୁଇ ଯୁବକ ତୁମୁଡ଼ିବନ୍ଧ ଥାନା ଅଞ୍ଚଳର ରିଚାର୍ଡ ନାୟକ, ପ୍ରିୟ ମଣ୍ଡଳ ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri