Posted inଜାତୀୟ

ଉମେଶ ପାଲ୍‌ ହତ୍ୟା ପାଇଁ ଜେଲରୁ ହୋଇଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୧।୩: ୨୦୦୫ରେ ବିଏସ୍‌ପି ବିଧାୟକ ରାଜୁ ପାଲ୍‌ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ଥିବା ଉମେଶ ପାଲ୍‌ଙ୍କୁ ହତ୍ୟା କରିବା ପାଇଁ ଉତ୍ତରପ୍ରଦେଶର ବରେଲି ଜେଲରୁ ଯୋଜନା ପ୍ରସ୍ତୁତ ହୋଇଥିଲା। ମୁଖ୍ୟ ଷଡ଼ଯନ୍ତ୍ରକାରୀ ସଦାକତ୍‌ ଖାନ୍‌ଙ୍କ ହଷ୍ଟେଲରେ ଆକ୍ରମଣକାରୀମାନେ ଏକାଠି ହୋଇଥିଲେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। କୁଖ୍ୟାତ ଗ୍ୟାଙ୍ଗଷ୍ଟର ଆତିକ୍‌ ଅହମଦଙ୍କ ଭାଇ ଅଶ୍ରଫଙ୍କୁ ଆକ୍ରମଣକାରୀମାନେ ବରେଲି ଜେଲ୍‌ରେ ଭେଟିଥିଲେ। ଉମେଶ ପାଲ୍‌ଙ୍କୁ ହତ୍ୟା କରିବା ପାଇଁ ସାବରମତି ଜେଲ୍‌ରୁ ଆତିକ୍‌ ନିର୍ଦ୍ଦେଶ ଦେଇଥିଲେ ବୋଲି ପୋଲିସ କମିଶନର କହିଛନ୍ତି। ୟୁପି ପୋଲିସର ସ୍ବତନ୍ତ୍ର ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ସଦାକତ୍‌ଙ୍କୁ ପୂର୍ବରୁ ଗିରଫ କରିଥିଲା।
ସୂଚନାଯୋଗ୍ୟ, ପୂର୍ବତନ ବିଏସ୍‌ପି ବିଧାୟକ ରାଜୁ ପାଲ୍‌ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ଉମେଶଙ୍କୁ ଗତ ସପ୍ତାହରେ ତାଙ୍କ ପ୍ରୟାଗରାଜ ବାସଭବନ ନିକଟରେ ଗୁଳିକରି ହତ୍ୟା କରାଯାଇଥିଲା। ସୋମବାର ପୋଲିସ ଏନ୍‌କାଉଣ୍ଟରରେ ଉମେଶ ହତ୍ୟା ମାମଲାର ଅନ୍ୟତମ ଅଭିଯୁକ୍ତ ନିହତ ହୋଇଥିଲେ। ରାଜୁ ଅହମଦାବାଦ(ପଶ୍ଚିମ) ଆସନରେ ଆତିକ୍‌ ଅହମଦଙ୍କ ସାନଭାଇ ଖଲିଦ ଆଜିମ୍‌ଙ୍କୁ ପରାସ୍ତ କରି ବିଧାନସଭାକୁ ନିର୍ବାଚିତ ହେବାର କିଛିଦିନ ପରେ ତାଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri