କାଉନ୍‌ସିଲର ପ୍ରାର୍ଥୀ ୫୦ ହଜାର, ଅଧ୍ୟକ୍ଷ ପ୍ରାର୍ଥୀଙ୍କୁ ୨ ଲକ୍ଷ ଖର୍ଚ୍ଚ ଅନୁମତି

ଭୁବନେଶ୍ୱର,୧।୩(ବ୍ୟୁରୋ): ଅତାବିରା ଓ ହିନ୍ଦୋଳ ଅଧିସୂଚିତ କ୍ଷେତ୍ର ପରିଷଦର କାର୍ଯ୍ୟକାଳ ଏପ୍ରିଲ ୧୨ରେ ଶେଷ ହେବ। ଏହାପୂର୍ବରୁ ନିର୍ବାଚନ ପ୍ର୍ରକ୍ରିୟା ଶେଷ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ନିର୍ବାଚନ କମିଶନର ବିସ୍ତୃତ ଭାବେ ଅବଗତ କରାଇଛନ୍ତି। ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି)ରେ ସମୁଦାୟ ୧୨ ୱାର୍ଡର ୧୬ ବୁଥ୍‌ ରହିଛି। ଏହାର ଭୋଟରଙ୍କ ସଂଖ୍ୟା ୧୩୫୨୦। ସେହିପରି ହିନ୍ଦୋଳ ଏନ୍‌ଏସିର ସମୁଦାୟ ୧୬ ୱାର୍ଡର ୧୬ ବୁଥ୍‌ ରହିଥିବା ବେଳେ ସମୁଦାୟ ଭୋଟରଙ୍କ ସଂଖ୍ୟା ହେଉଛି ୯୮୭୭। ଉଭୟ ଏନ୍‌ଏସିର ସଂରକ୍ଷଣ କାର୍ଯ୍ୟ ଶେଷ ହୋଇଛି । ଏଗୁଡ଼ିକର ଅଧ୍ୟକ୍ଷ ପଦ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ହୋଇିଛି। ନିର୍ବାଚନ ପାଇଁ କାଉନ୍‌ସିଲର ଏବଂ ଅଧ୍ୟକ୍ଷ ପଦ ନିମନ୍ତେ ପ୍ରାର୍ଥୀମାନେ ସେମାନଙ୍କ ଆପରାଧିକ ପୃଷ୍ଠଭୂମି, ସମ୍ପତ୍ତି ଓ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ସତ୍ୟପାଠ ଦାଖଲ କରିବେ। ଅସମ୍ପୂର୍ଣ୍ଣ ସତ୍ୟପାଠ କିମ୍ବା ସତ୍ୟପାଠ ଦାଖଲ ନ କରିବା ଦ୍ୱାରା ସମ୍ପୃକ୍ତ ପ୍ରାର୍ଥୀଙ୍କର ପ୍ରାର୍ଥିପତ୍ର ନାକଚ କରାଯିବ। ଯଦି କେହି ମିଥ୍ୟା ସତ୍ୟପାଠ ଦାଖଲ କରିବା ଜଣାଯାଏ, ସେମାନଙ୍କ ବିରୋଧରେ ଆପରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରାର୍ଥତ୍ପତ୍ର ମନୋନୟନ ପ୍ରମାଣପତ୍ର ସହିତ ଜାତିଗତ ପ୍ରମାଣପତ୍ର ଦାଖଲକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ପ୍ରାର୍ଥୀମାନେ ସଂରକ୍ଷିତ ସ୍ଥାନରୁ ନିର୍ବାଚନ ଲଢ଼ିବାକୁ ଚାହୁଁଛନ୍ତି,ସେମାନେ ସେମାନଙ୍କର ଜାତିଗତ ପ୍ରମାଣପତ୍ର ମନୋନୟନପତ୍ର ସହ ଦାଖଲ କରିବେ, ନଚେତ୍‌ ସେମାନଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଯିବ। ନିର୍ବାଚନ ଫିସ୍‌ରେ ଛାଡ଼ ପାଇଁ ସେମାନେ ବିବେଚିତ ହେବେ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି। କାଉନ୍‌ସିଲର ପଦ ପାଇଁ ପ୍ରାର୍ଥୀଙ୍କ ସର୍ବାଧିକ ନିର୍ବାଚନୀ ଖର୍ଚ୍ଚ ୫୦ ହଜାର ଟଙ୍କା ଓ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀଙ୍କ ସର୍ବାଧିକ ନିର୍ବାଚନୀ ଖର୍ଚ୍ଚ ୨ ଲକ୍ଷ ଟଙ୍କା ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଛି। ନିର୍ବାଚନ ସମୟରେ କାଉନ୍‌ସିଲର ପଦ ନିମନ୍ତେ ଜଣେ ପ୍ରାର୍ଥୀ (ତିନିଚକିଆ ଓ ଚାରିଚକିଆ ଯାନ) ମୋଟ୍‌ ୨ଟି ଯାନ ବ୍ୟବହାର କରିପାରିବେ। ଅଧ୍ୟକ୍ଷ ପଦବୀ ନିମନ୍ତେ ନିର୍ବାଚନ ଲଢ଼ୁଥିଲେ ଜଣେ ପ୍ରାର୍ଥୀ(ଦୁଇଚକିଆ ଓ ଚାରିଚକିଆ ଯାନ) ସମୁଦାୟ ୪ଟି ଯାନ ବ୍ୟବହାର କରିପାରିବେ ବୋଲି ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି।
ଏହି ସର୍ବଦଳୀୟ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ବିଜୟ କୁମାର ଦାଶ, ଆୟୋଗର ଯୁଗ୍ମ ସଚିବ ଆଜାଦ୍‌ ହିନ୍ଦ୍‌ ପାଣିଗ୍ରାହୀ,ଆଇନ ଅଧିକାରୀ ମାଧୁରୀ ମିଶ୍ର, ଭାଜପାର ଯତୀନ ମହାନ୍ତି ଓ ଜୟନ୍ତ କୁମାର ଜେନା, କଂଗ୍ରେସର ଶିବାନନ୍ଦ ରାୟ, ବିଜେଡିର ବିଧାୟକ ଅନନ୍ତ ନାରାୟଣ ଜେନା, ବିଏସ୍‌ପିର ରାଜ୍ୟ ସାଧାରଣ ସମ୍ପାଦକ ମଧୁସୂଦନ ଯାଦବ, ଏସ୍‌ପିର ସୁଦର୍ଶନ ପ୍ରଧାନ, ଏଏପିର ସୌମ୍ୟରଞ୍ଜନ ସ୍ବାଇଁ, କଳିଙ୍ଗ ସେନାର ମନୋଜ କୁମାର ନାୟକ, ସିପିଆର ଜୟନ୍ତ ଦାଶ, ସମତାକ୍ରାନ୍ତି ଦଳର ପ୍ରଭାସ ସାମନ୍ତରାୟ, କୃପା ପାର୍ଟିର ବିଶ୍ୱନାଥ ରାଉତ ଓ ମୋ ଦଳର ଅଶୋକ କୁମାର ମହନ୍ତି ପ୍ରମୁଖ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri