ଜୀବନ ଜିଇଁବାର ଦିଗ ବଦଳାଇଦେବ ୫ଜି

ନୂଆଦିଲ୍ଲୀ,୧।୩: ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଜେଟ ପରବର୍ତ୍ତୀ ଏକ ୱେବିନାର୍‌ର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ର ଅଧ୍ୟକ୍ଷ ଆକାଶ ଅମ୍ବାନୀ ୱେବିନାରକୁ ସମ୍ବୋଧିତ କରି କହିଥିଲେ, ବର୍ତ୍ତମାନର ଦୂରସଞ୍ଚାର ସେବା ଓ ସୁବିଧା ଅଧିକ ଉନ୍ନତ ଓ ଅତ୍ୟାଧୁନିକ ହୋଇପାରିଛି। ଫଳରେ ଏହା ଭାରତୀୟଙ୍କ ଜୀବନ ଜିଇଁବାର ଦିଗ ବଦଳାଇଦେବା। ବିଶେଷକରି ୫ଜି ପ୍ରଯୁକ୍ତି ଜରିଆରେ ଭାରତୀୟ ଆହୁରି ଅଧିକ ବିକଶିତ ହୋଇପାରିବ। ଏପରିକି ଜିଓ ପକ୍ଷରୁ ୫ଜି ନେଟ୍‌ୱର୍କର ଶୁଭାରମ୍ଭ ସାରା ବିଶ୍ୱର ସବୁଠୁ ବଡ଼ ଶୁଭାରମ୍ଭ ଥିଲା ବୋଲି ଆକାଶ ଅମ୍ବାନୀ କହିଛନ୍ତି। ସେହିଭଳି ବିଗତ ୫ମାସ ମଧ୍ୟରେ ଜିଓ ପ୍ରାୟ ୪୦ହଜାର ଟାୱାର ସାଇଟ୍ସରେ ୨.୫ଲକ୍ଷ ୫ଜି ସେଲ୍‌ସ ଲଗାଇଛି। ରିଲାଏନ୍ସ ଜିଓର ଏହି ବଡ଼ ଭିତ୍ତିଭୂମି ଦ୍ୱାରା କମ୍ପାନୀର ଟ୍ରୁ-୫ଜି ସେବା ୨୭୭ ସହରରେ ପହଞ୍ଚତ୍ଛି ବୋଲି ଆକାଶ ସ୍ପଷ୍ଟ କରିଛନ୍ତି। ସେହିପରି ୨୦୨୩ ସୁଦ୍ଧା ରିଲାଏନ୍ସ ଜିଓର ଟ୍ରୁ-୫ଜି ସେବା ସବୁ ତାଲୁକା, ସହର ଏବଂ ଗାଁରେ ଉପଲବ୍ଧ ହେବ। ଏପରିକି ବିଭିନ୍ନ କ୍ଷେତ୍ରରେ ୫ଜି ପ୍ରଯୁକ୍ତି କିଭଳି ବ୍ୟବହାର ହୋଇପାରିବ ଏବଂ ଆମ ଜୀବନ ଉପରେ ତା’ର କ’ଣ ପ୍ରଭାବ ରହିବ ସେ ସମ୍ପର୍କରେ ମଧ୍ୟ ଆକାଶ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଅପରପକ୍ଷରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଗେମିଂଠାରୁ ସ୍ମାର୍ଟ ସିଟି ପର୍ଯ୍ୟନ୍ତ ୫ଜିର ଉପଯୋଗିତା ବିଷୟରେ ଆକାଶ ବିସ୍ତୃତ ମତପ୍ରକାଶ କରିଥିଲେ। ୫ଜିର ଲାଭ ହାସଲ କରିବା ଲାଗି ଦେଶ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri