Posted inଖେଳ

ଅଷ୍ଟ୍ରେଲୀୟ ସ୍ପିନରଙ୍କ ଦ୍ୱାରା ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ଲଞ୍ଚ୍‌ ସୁଦ୍ଧା ସ୍କୋର ୭ ଓ୍ବିକେଟରେ ୮୪…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲୀୟ ସ୍ପିନରମାନେ ଆରମ୍ଭରୁ ମ୍ୟାଚ ଉପରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଫଳରେ ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ ହୋଇ ଯାଇଛି।

ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ମ୍ୟାଚ ଆରମ୍ଭ ହେବାର ଏକ ଘଣ୍ଟା ମଧ୍ୟରେ ଭାରତ ପାଞ୍ଚଟି ୱିକେଟ ହରାଇଛି। ଭାରତର ସ୍କୋର ୪୫ ଥିବାବେଳେ ଅଧା ଖେଳାଳି ପାଭିଲିୟନ ଫେରିଛନ୍ତି। ମ୍ୟାଚ ପୂର୍ବାହ୍ନ ସାଢ଼େ ୯ଟା ରେ ଆରମ୍ଭ ହୋଇଥିଲା ଏବଂ ସାଢ଼େ ୧୦ ସୁଦ୍ଧା ରୋହିତ ଶର୍ମା (୧୨), ଶୁଭମାନ ଗିଲ (୨୧), ଚେତେଶ୍ୱର ପୂଜାରା (୧), ରବିନ୍ଦ୍ର ଜାଡେଜା (୪) ଏବଂ ଶ୍ରେୟାସ ଆୟର (୦) କରି ପାଭିଲିୟନକୁ ଫେରିଛନ୍ତି। ମାଥ୍ୟୁ କୁହେମାନ ରୋହିତ, ଶୁବମାନ ଏବଂ ଶ୍ରେୟାସଙ୍କୁ ଆଉଟ କରିଥିଲେ। ଏଥି ସହିତ ନାଥନ ଲିଅନ ଚେତେଶ୍ୱର ପୂଜାରା ଏବଂ ରବିନ୍ଦ୍ର ଜାଡେଜାଙ୍କୁ ପାଭିଲିୟନ ଫେରାଇ ଦେଇଥିଲେ।

୨୨ ରନ ସ୍କୋର କରିବା ପରେ ବିରାଟ କୋହଲି ଆଉଟ ହୋଇଥିଲେ। ତାଙ୍କୁ ଟଡ ମର୍ଫି ଏଲବିଡବ୍ଲୁ କରିଥିଲେ। ସେ ତାଙ୍କ ଇନିଂସରେ ଦୁଇଟି ଚୌକା ମାରିଥିଲେ। ଇନିଂସର ୨୫ ତମ ଓଭରରେ ଭାରତ ସପ୍ତମ ଝଟକା ପାଇଥିଲା। ୧୭ ରନର ଇନିଂସ ଖେଳିବା ପରେ ଶ୍ରୀକର ଭରତ ଏଲବିଡବ୍ଲୁ ହୋଇଥିଲେ। ଲିଅନ ତାଙ୍କୁ ପାଭିଲିୟନକୁ ଫେରାଇ ଦେଇଥିଲେ। ତାଙ୍କ ଇନିଂସରେ ଭରତ ଗୋଟିଏ ଚୌକା ଏବଂ ଗୋଟିଏ ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହାଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri