Posted inଜାତୀୟ

ଆମେ ଅଟକିବୁନି, ଏଣିକି ୧୫୦ ସ୍ପିଡ୍‌ରେ କାମ ହେବ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧।୩: ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାରର ଦୁଇ ମନ୍ତ୍ରୀ ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ଇସ୍ତଫା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ବୁଧବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ବିଧାୟକଙ୍କ ସହ ଏକ ବୈଠକ କରିଥିଲେ। ବିଧାୟକଙ୍କ ସହ ବୈଠକ ପରେ ଅରବିନ୍ଦ କେଜ୍‌ରିୱାଲ ତାଙ୍କ ବାସଭବନରୁ ବିଧାନସଭାକୁ ଯାଇଥିଲେ। ସେ ସେଠାରେ ସମସ୍ତ କାଉନସିଲରଙ୍କ ସହ ଏକ ବୈଠକ କରିଥିଲେ।
ବୈଠକ ପରେ କେଜ୍‌ରିୱାଲ କହିଛନ୍ତି, ଅବକାରୀ ନୀତିରେ କୌଣସି ଦୁର୍ନୀତି ହୋଇନାହିଁ। ଆମେ କରୁଥିବା କାମ ପ୍ରଧାନମନ୍ତ୍ରୀ କରିପାରିବ ନାହିଁ। ଆମକୁ କାମ କରିବାରୁ ଅଟକା ଯାଉଛି। କିନ୍ତୁ ଦିଲ୍ଲୀରେ କାମ ବନ୍ଦ ହେବ ନାହିଁ। ଆମେ ଉଭୟ ମନ୍ତ୍ରୀଙ୍କୁ ପରିବର୍ତ୍ତନ କରିଛୁ। ସୌରଭ ଏବଂ ଆତିଶି ଶିକ୍ଷିତ ଲୋକ। ଡବଲ ସ୍ପିଡରେ ଭଲ କାମ କରିବେ। ପୂର୍ବରୁ ୮୦ ବେଗରେ କାମ ହେଉଥିଲା, ଏବେ ୧୫୦ ବେଗରେ କାମ ହେବ। ଯଦି ମନୀଷ ସିସୋଡିଆ ଶିକ୍ଷା କ୍ଷେତ୍ରରେ ଭଲ କାମ କରି ନ ଥାନ୍ତେ, ତେବେ ମୋଦିଜି ସିସୋଡିଆଜିଙ୍କୁ ଗିରଫ କରିଥାନ୍ତେ କି? ସତ୍ୟେନ୍ଦ୍ର ଜୈନଙ୍କ ସହ ମଧ୍ୟ ସମାନ ଘଟଣା ଘଟିଛି। ଯଦି ମନୀଷ ଏବଂ ସତ୍ୟେନ୍ଦ୍ର ଭାଜପାରେ ଯୋଗ ଦିଅନ୍ତି, ତେବେ ସବୁକିଛି ଠିକ୍‌ ହୋଇଯିବ। ପଞ୍ଜାବ ଜିତିବା ପରଠାରୁ ଏହି ଲୋକମାନେ ସହି ପାରୁନାହାନ୍ତି। ତେଣୁ ଆମକୁ ଅଟକାଇବାକୁ ଚେଷ୍ଟା କରୁଛନ୍ତି।
ସୂଚନାଯୋଗ୍ୟ, ଦୁର୍ନୀତି ଅଭିଯୋଗରେ ଜେଲ୍‌ ଯାଇଥିବା ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ କେଜ୍‌ରିୱାଲ ବିଧାୟକ ଆତିଶୀ ଏବଂ ସୌରଭ ଭରଦ୍ୱାଜଙ୍କୁ ନୂଆ ମନ୍ତ୍ରୀ ପାଇଁ ଉପରାଜ୍ୟପାଳଙ୍କୁ ସୁପାରିଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri