Posted inଜାତୀୟ

ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧।୩: ଉତ୍ତରପ୍ରଦେଶର ଦୀର୍ଘତମ ମୁଖ୍ୟମନ୍ତ୍ରୀ ଭାବରେ ଯୋଗୀ ଆଦିତ୍ୟନାଥ ରେକର୍ଡ କରିଛନ୍ତି। ଯୋଗୀ ହେଉଛନ୍ତି ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ, ଯିଏ ଲଗାତାର ୫ ବର୍ଷ ଏବଂ ୩୪୭ ଦିନ ମୁଖ୍ୟମନ୍ତ୍ରୀ ପଦରେ ଅଛନ୍ତି। ଯୋଗୀଙ୍କ ପୂର୍ବରୁ କ୍ରମାଗତ ଭାବରେ ଡା ସାମପର୍ନାନନ୍ଦ ୫ ବର୍ଷ ୩୪୫ ଦିନ ମୁଖ୍ୟମନ୍ତ୍ରୀ ଥିଲେ। ଭାଜପା ସରକାରରେ ଲଗାତାର ପାଞ୍ଚ ବର୍ଷ ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ ମଧ୍ୟ ଯୋଗୀଙ୍କ ନାମରେ ପଞ୍ଜିକୃତ ହୋଇଛି। ଯୋଗୀଙ୍କ ନ୍ୟେତ୍ୱରେ ରାଜ୍ୟରେ ଦ୍ୱିତୀୟ ଥର ପାଇଁ କୌଣସି ଦଳ ସରକାର ଗଠନ କରିଛି। ତାଙ୍କ ପୂର୍ବରୁ ନାରାୟଣ ଦତ୍ତ ତିୱାରୀ ଥିଲେ, ଯାହାଙ୍କ ନେତୃତ୍ୱରେ ପୁଣିଥରେ ରାଜ୍ୟରେ କଂଗ୍ରେସ ସରକାର ଗଠନ କରିଥିଲା।
ମାର୍ଚ୍ଚ ୨୫, ୨୦୨୨ରେ ଯୋଗୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେତେବେଳେ ସେ ନାରାୟଣ ଦତ୍ତ ତିୱାରୀଙ୍କ ୩୭ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିଲେ। ଅବିଭକ୍ତ ଉତ୍ତରପ୍ରଦେଶରେ ୧୯୮୫ରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ତିୱାରୀ ଶପଥ ଗ୍ରହଣ କରିଥିଲେ। ଅନ୍ୟପକ୍ଷରେ, ଉତ୍ତରାଖଣ୍ଡ ଗଠନ ପରେ ଯୋଗୀ ହେଉଛନ୍ତି ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ, ଯିଏ କ୍ରମାଗତ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ ୫ ବର୍ଷ ଏବଂ ଚାରି ଦିନ ଧରି ୟୁପିର ମୁଖ୍ୟମନ୍ତ୍ରୀ ରହିଛନ୍ତି। ବିଏସପି ସୁପ୍ରିମୋ ମାୟାବତୀ ଚାରି ବର୍ଷ ୩୦୭ ଦିନ ପାଇଁ ୟୁପି ମୁଖ୍ୟମନ୍ତ୍ରୀ ରହିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମୁଲାୟମ ସିଂ ଯାଦବ ମଧ୍ୟ ତିନି ବର୍ଷ ୨୫୭ ଦିନ ପାଇଁ ୟୁପିର ମୁଖ୍ୟମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri