ସୂର୍ଯ୍ୟମୁଖୀ ଚାଷକୁ ମିଳୁନି ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୨ା୩: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି। ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ। ପ୍ରଥମ ବର୍ଷର ଅଭିଜ୍ଞତା ସେମାନଙ୍କୁ ପରିପକ୍ୱ କରିବା ସହିତ ମାଆ ମଙ୍ଗଲ ଗୋଷ୍ଠୀର ସୂର୍ଯ୍ୟମୁଖୀ ତେଲ ସ୍ଥାନୀୟ ବଜାରରେ ଆଦୃତି ଲାଭ କରିଛି। ତେବେ ତାଲିମ ଓ ପ୍ରେତ୍ସାହନର ଅଭାବ ଯୋଗୁ ଏହି ଅର୍ଥକାରୀ ଫସଲ ପ୍ରତି ଜିଲାର ଚାଷୀମାନେ ବିଶେଷ ଆଗ୍ରହ ପ୍ରକାଶ କରିନାହାନ୍ତି। ରବି ଫସଲ ସମୟରେ ହେଉଥିବା ଏହି ଚାଷକୁ ଯୋଜନାବଦ୍ଧ ଭାବେ ପ୍ରୋତ୍ସାହିତ କଲେ କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ସହିତ ଜିଲା ଅର୍ଥନୀତି ବେଶ ପ୍ରଭାବିତ ହେବ ବୋଲି ଚାଷୀ ଓ ବୁଦ୍ଧଜୀବୀ ମତ ଦେଇଛନ୍ତି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ଆଶିଷ କୁମାର ସେନାପତି କହିଛନ୍ତି, ଦେଶରେ ଗତ କିଛିଦିନ ହେବ ଖାଇବା ତେଲର ଦାମ ଲଗାତର ବୃଦ୍ଧି ପାଇଛି। ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ପରେ ଖାଇବା ତେଲ ଦରକୁ ନେଇ ସାଧାରଣ ଲୋକେ ଚିନ୍ତରେ ପଡିଛନ୍ତି। ୟୁକ୍ରେନ ଓ ରୁଷିଆରୁ ସୂର୍ଯ୍ୟମୁଖୀ ତେଲ ଆମଦାନୀ ଏକ ପ୍ରକାର ବନ୍ଦ ପରେ ଭାରତ ମାଲେସିଆ ଓ ଇଣ୍ଡୋନେସିଆରୁ ପାମ୍‌ ତେଲ ଆମଦାନୀକୁ ଗୁରୁତ୍ୱ ଦେଇଛି। ତେବେ ମାଲେସିଆ ସରକାର ପାମ୍‌ ତେଲ ଦର ବୃଦ୍ଧି କରିଥିବା ବେଳେ ଇଣ୍ଡୋନେସିଆ ତେଲ ରପ୍ତାନୀ ଉପରେ କଟକଣା କରିଛନ୍ତି। ଏହାର ନିରାକରଣ ପାଇଁ ୧୯୬୮ରେ ତତ୍କାଳିନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀ ସବୁଜ ବିପ୍ଲବ ପାଇଁ ଆହ୍ବାନ ଦେଇଥିଲେ। ଏହି ବିପ୍ଲବ ପାଇଁ ଭାରତ ଆଜି ଗହମ ରପ୍ତାନି କ୍ଷେତ୍ରରେ ଅଗ୍ରଗତି କରୁଛି। ତେଲ ଅଭାବର ମୁକାବିଲା ପାଇଁ ସୂର୍ଯ୍ୟମୁଖୀ ଚାଷକୁ ପ୍ରୋତ୍ସାହନ ଆବଶ୍ୟକ। କେନ୍ଦ୍ରାପଡ଼ା ଜିଲାରେ ଏଥିପାଇଁ ପାଣି, ପବନ ଓ ମାଟି ଥିବା ବେଳେ ତାଲିମ ଓ ସରକାରୀ ପ୍ରୋତ୍ସାହନର ଅଭାବ ଅଛି। ଗରଦପୁର ପଞ୍ଚାୟତ ପତିସାହିର ପବିତ୍ର କାପ କୁହନ୍ତି, ୨୦୧୫ରେ ଗରଦପୁର ବ୍ଲକର ୪ ପଞ୍ଚାୟତରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୩୦ ହେକ୍ଟର ଜମିରେ ପରୀକ୍ଷାମୂଳକ ଭାବେ ସୂର୍ଯ୍ୟମୁଖୀ ଚାଷ ହୋଇଥିଲା। ଅମଳ ମଧ୍ୟ ଭଲ ହୋଇଥିଲା। ତେବେ ବଜାରର ଅଭାବ ଏହି ଚାଷ ପ୍ରତି ବିତୃଷ୍ଣା ଭାବ ସୃଷ୍ଟି କରିଛି। କୃଷକ ନେତା ରଶ୍ମୀରଞ୍ଜନ ଚୌଧୁରୀ କହିଛନ୍ତି, ଜିଲା ବାର୍ଷିକ ଯୋଜନାରେ ସିଂହ ଭାଗ ଅର୍ଥ କୃଷିକ୍ଷେତ୍ରରେ ନିୟୋଜିତ ହେବ ବୋଲି ଅଟକଳ କରାଯାଉଛି। ତେବେ ଏହା ବାସ୍ତବ କ୍ଷେତ୍ରରେ ଦେଖାଯାଉନାହିଁ। ଜଳ ପରିଚାଳନାକୁ ସୁଦୃଢ଼ କରି ପାରିଲେ ସୂର୍ଯ୍ୟମୁଖୀ ଚାଷ ପାଇଁ କେନ୍ଦ୍ରାପଡ଼ା ଜିଲା ଉଦାହରଣ ପାଲଟିବ। ଜିଲାରେ ଏହି ଚାଷ ପାଇଁ ପ୍ରାୟ ୪୦ ହଜାର ହେକ୍ଟର ଜମି ଉପଯୁକ୍ତ ଅଛି। ସୂର୍ଯ୍ୟମୁଖୀ ମଞ୍ଜିରେ ସାଧାରଣରେ ପ୍ରାୟ ୫୫ ପ୍ରତିଶତ ତେଲ ଆଦାୟ ହେବ। ଏହି ତେଲ ବାହାର କରିବା ପାଇଁ କ୍ଷୁଦ୍ର ଶିଳ୍ପ ଗଢ଼ି ଉଠିବ। ତେବେ ଏଥିପାଇଁ କୃଷି ବିଭାଗ, ଉଦ୍ୟାନ କୃଷି ବିଭାଗ, କୃଷି ବିଜ୍ଞାନ କେନ୍ଦ୍ର, ସ୍ଥାନୀୟ ଅଞ୍ଚଳର ରାଜନେତା, ପ୍ରଶାସକଙ୍କ ସହିତ ଏନ୍‌ଜିଓ, ପାଣି ପଞ୍ଚାୟତ, ଫାର୍ମର୍ସ କ୍ଲବ ଆଦିଙ୍କ ସହଯୋଗ ଆବଶ୍ୟକ। ଏସ୍‌ଏସ୍‌ଜି ସଦସ୍ୟାଙ୍କୁ ବହୁଳ ମାତ୍ରାରେ ନିୟୋଜନ ସୂର୍ଯ୍ୟମୁଖୀ ତେଲ ଉପତ୍ାଦନରେ ବିପ୍ଲବ ଆଣିପାରିବ। ସେହିପରି ଆତ୍ମା ମାଧ୍ୟମରେ ତାଲିମ ଓ ସରକାରୀ ଅନୁଦାନ ଏହି ଚାଷକୁ ଆଗକୁ ନେଇ ପାରିବ।
ଏ ସମ୍ପର୍କରେ ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଦେବଦାସ ଦତ୍ତ ଓ କେଭିକେ ମୁଖ୍ୟ ବରିଷ୍ଠ ବୈଜ୍ଞାନିକ ସୂର୍ଯ୍ୟନାରାୟଣ ମିଶ୍ର କହିଛନ୍ତି, ସୂର୍ଯ୍ୟମୁଖୀ ଚାଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ପ୍ରଣୟନ ହୋଇଛି। ଆତ୍ମା ମାଧ୍ୟମରେ ତାଲିମ ସହ ରାଜ୍ୟର ୧୧୮ଟି ଗୋଦାମ ଗୃହ ନିର୍ମାଣ କରି ଏପରି ଫସଲ ସଂଗ୍ରହ କରିବାକୁ ଯୋଜନା ହୋଇଛି। ଚାଷୀ ଚଳିତ ବର୍ଷ ଏହାର ଫାଇଦା ପାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ।...

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri