Odisha Elections 2024

ବିଭୁ ହୋତା ପାଇଲେ କିଶୋରୀଚରଣ ପୁରସ୍କାର

କଟକ ଅଫିସ, ୨ା୩: କଥାକାର କିଶୋରୀଚରଣ ଦାସଙ୍କ ୯୯ତମ ଜୟନ୍ତୀ ଉତ୍ସବ କଟକ ଶ୍ରୀରାମଚନ୍ଦ୍ର ଭବନରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। କିଶୋରୀଚରଣ ସ୍ମୃତି ସଂସଦ ଆନୁକୂଲ୍ୟରେ ଆୟୋଜିତ ଉତ୍ସବକୁ ସାହିତି୍ୟକ ଅଧ୍ୟାପକ ବିଶ୍ୱରଞ୍ଜନ ଉଦ୍‌ଘାଟନ କରି କହିଥିଲେ, କିଶୋରୀଚରଣ ଥିଲେ ଭାରତୀୟ ସଂସ୍କୃତି ଓ ପରମ୍ପରାର ସାର୍ଥକ ରୂପକାର। ଅନ୍ତରଙ୍ଗ ଭାବକୁ ଶବ୍ଦ ରୂପ ଦେବାରେ ସେ ଥିଲେ ଅନନ୍ୟ। ସ୍ମୃତି ସଂସଦ ସଭାପତି ଜଷ୍ଟିସ୍‌ ବିମଳ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟବକ୍ତା ଭାବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗ ମୁଖ୍ୟ ଡ. ଜ୍ଞାନୀ ଦେବାଶିଷ ମିଶ୍ର ଯୋଗଦେଇ କହିଥିଲେ, କିଶୋରୀଚରଣଙ୍କ ଗଳ୍ପରେ ଥାଏ ସାମାଜିକ ପ୍ରତିବଦ୍ଧତା। ସାମ୍ପ୍ରତିକ ବିଚାର ଶୈଳୀକୁ ସେ ଭିନ୍ନଭୂମିରେ ପ୍ରକାଶ କରି ପାଠକଙ୍କ ହୃଦୟକୁ ସ୍ପର୍ଶ କରିବାରେ ଅଦ୍ୱିତୀୟ ଶିଳ୍ପୀ। ଏହି ଅବସରରେ ଚଳିତ ବର୍ଷର କିଶୋରୀଚରଣ ପୁରସ୍କାର ତରୁଣ କଥାକାର ବିଭୁ ହୋତାଙ୍କୁ ‘ଜହ୍ନପା’ ଗଳ୍ପ ପୁସ୍ତକ ପାଇଁ ପ୍ରଦାନ କରାଯାଇଥିଲା। ସ୍ମୃତି ସଂସଦ ସମ୍ପାଦକ ପ୍ରଫେସର ବିଜୟାନନ୍ଦ ସିଂହ ସ୍ବାଗତ ଭାଷଣ, ତରୁଣ କୁମାର ସାହୁ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ, ଗବେଷକ କମଳ ମାହୁନ୍ତ ପ୍ରାରମ୍ଭିକ ସୂଚନା, ଡ. ଅଭୟ କୁମାର ରାଉତ ମାନପତ୍ର ପାଠ ଓ ସ୍ମୃତି ସଂସଦର ସଦସ୍ୟ ଦୁଷ୍ମନ୍ତ ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri