Posted inଜାତୀୟ

ନାଗାଲାଣ୍ଡ ବିଧାନସଭା ନିର୍ବାଚନରେ ସୃଷ୍ଟି ହେଲା ଇତିହାସ: ପ୍ରଥମ ଥର ପାଇଁ ଜିତିଲେ ମହିଳା ପ୍ରାର୍ଥୀ…

କୋହିମା,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଏଠାରେ ଭାଜପା ୪୦ ଆସନରେ ଆଗୁଆ ଥିବା ବେଳେ ଏନପିଏଫ ୩ ଏବଂ ଅନ୍ୟଦଳ ୧୭ ଆସନରେ ଆଗୁଆ ରହିଛନ୍ତି। ଭାଜପା ସହଜରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୩୧ ହାତେଇ ନେବାକୁ ଯାଉଛି। ନାଗାଲାଣ୍ଡରେ ସୃଷ୍ଟି ହୋଇଥିବା ଇତିହାସ, ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ନିର୍ବାଚନରେ ଜିତିଛନ୍ତି।
ଦିମାପୁର ତୃତୀୟ ବିଧାନସଭାରୁ ମହିଳା ପ୍ରାର୍ଥୀ ହେକାନି ଜଖାଲୁ ଜିତିଛନ୍ତି। ହେକାନିଙ୍କୁ ଏନଡିପିପି ପକ୍ଷରୁ ପ୍ରାର୍ଥୀ କରାଯାଇଥିଲା। ସେ ୧୫୩୬ ଭୋଟରେ ଏଲଜେପି(ରାମ ଭିଲାସ) ର ପ୍ରାର୍ଥୀ ଅଜେତୋ ଜିମୋମିଙ୍କୁ ପରାସ୍ତ କରିଛନ୍ତି। ରାଜ୍ୟରେ ବିଧାନସଭା ନିର୍ବାଚନରେ କେବଳ ଚାରିଜଣ ମହିଳା ପ୍ରାର୍ଥୀ ଟିକେଟ ପାଇଥିଲେ। ହେକାନି ସେମାନଙ୍କ ମଧ୍ୟରୁ ଜଣେ ଥିଲେ। ନିର୍ବାଚନ ସମୟରେ ହେକାନି ପାଇଁ ପ୍ରଚାର କରିବା ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ମୁଖ୍ୟମନ୍ତ୍ରୀ ନିଫି ରିଓଙ୍କ ସହ ପହଞ୍ଚିଥିଲେ।

୪୮ ବର୍ଷ ବୟସ୍କ ଏନଡିପିପି ନେତା ହେକାନି ଆଇନ ଅଧ୍ୟୟନ କରିଛନ୍ତି। ସେ ୨୦୧୩ ରେ ସାନ ଫ୍ରାନ୍ସିସ୍କୋ ସ୍କୁଲ ଅଫ ଲ’ରୁ ମାଷ୍ଟର ଅଫ ଲ ଡିଗ୍ରୀ ହାସଲ କରିଥିଲେ। ହେକାନୀଙ୍କର ୫.୫୮ କୋଟି ମୂଲ୍ୟର ସମ୍ପତ୍ତି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri