କୋଦଳା କଲେଜରେ ପରୀକ୍ଷା ଦେଲେ ୧୭୪ କଳା, ୨୬ ବାଣିଜ୍ୟ ଛାତ୍ରୀଛାତ୍ର

କୋଦଳା,୨ା୩(ଡି.ଏନ୍‌.ଏ.): ଗୁରୁବାରଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି। ଗତକାଲି ବିଜ୍ଞାନର ଥିଓରି ପରୀକ୍ଷା ଆରମ୍ଭ ହୋଇଥିଲା । ଗଞ୍ଜାମ କୋଦଳା ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜିଠୁ କଳା ଓ ବାଣିଜ୍ୟ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଏଥର ଉକ୍ତ କଲେଜରେ ୧୭୪ ଜଣ କଳା ଛାତ୍ରୀଛାତ୍ର ଓ ୨୬ ଜଣ ବାଣିଜ୍ୟ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ବେଳେ ଛାତ୍ରୀଛାତ୍ର ସକାଳ ୯ଟାରେ କେନ୍ଦ୍ରକୁ ପ୍ରବେଶ କରିଥିଲେ। ତେବେ ପ୍ରଥମ ଥର ପାଇଁ ଛାତ୍ରୀଛାତ୍ର ବୋର୍ଡ ପରୀକ୍ଷା ସାମ୍ନା କରି ବେଶ୍‌ ଖୁସି ଥିବା କହିଛନ୍ତି । କାରଣ ଏହି ଛାତ୍ରୀଛାତ୍ର ଗତ ମାଟ୍ରିକ ପରୀକ୍ଷା କରୋନା ଯୋଗୁ ଦେଇ ପାରି ନ ଥିଲେ।
ପ୍ରଥମ ଦିନ କଳା ଓ ବାଣିଜ୍ୟ ଛାତ୍ରୀଛାତ୍ର ଏମ୍‌ଆଇଏଲ୍‌(ଓଡ଼ିଆ ପରୀକ୍ଷା ଦେଇଛନ୍ତି। ଧାର୍ଯ୍ୟ ସମୟର ୩୦ ମିନିଟ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ର ଭିତରକୁ ପ୍ରବେଶ କରିଥିଲେ। ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀମାନଙ୍କୁ ନିଜ ସିଟ୍‌ରେ ବସିବାକୁ ନିର୍ଦ୍ଦେଶ ରହିଥିଲା। ପରୀକ୍ଷାର ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀଙ୍କୁ ଉତ୍ତରଖାତା ଏବଂ ୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ବଣ୍ଟନ କରାଯାଇଥିଲା। ଠିକ୍‌ ୧୦ଟା ବେଳେ ପରୀକ୍ଷାର୍ଥୀଙ୍କୁ ଉତ୍ତର ଖାତାରେ ଲେଖିବାକୁ ଅନୁମତି ମିଳିଥିବା ବେଳେ କୋଭିଡ୍‌ ଆଚରଣ ମାନି ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ର। କପି ରୋକିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପଦକ୍ଷେପ କରାଯାଇଛି। ସିସିଟିଭି ସର୍ଭେଲାନ୍ସ ମାଧ୍ୟମରେ ପରୀକ୍ଷା ପରିଚାଳନା କରାଯାଉଥିବା କହିଛନ୍ତି ଅଧ୍ୟକ୍ଷ ତଥା ପରୀକ୍ଷା ପରିଚାଳକ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri