ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

କେନ୍ଦୁଝର,୨।୩(ସ୍ବ.ପ୍ର.): ସ୍ଥାନୀୟ ଅତିରିକ୍ତ ଜିଲା ଜଜ ଓ ସ୍ବତନ୍ତ୍ର ଜଜ (ପୋକ୍ସୋ) ଶୁଭଶ୍ରୀ ତ୍ରିପାଠୀ ଏକ ୧୩ ବର୍ଷର ନାବାଳିକା ବଳାତ୍କାର ମାମଲାର ଗୁରୁବାର ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ଜରିମାନା ଅନାଦେୟ ଅଧିକ ୧ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି ା

ପ୍ରକାଶ ଯେ, ୨୦୧୭ ନଭେମ୍ବର ୧୧ରେ ଉକ୍ତ ନାବାଳିକା ଶୌଚ ପାଇଁ ଯାଇଥିବା ବେଳେ ହରିଚନ୍ଦନପୁର ବ୍ଲକର ଲିଟନ ମହାନ୍ତ (୨୭) ଜୋରଜବରଦସ୍ତ ବଳାତ୍କାର କରିଥିଲା। ରାତିରେ ପୀଡିତା ଘରକୁ ଫେରି ପରିବାର ଲୋକଙ୍କୁ ଜଣାଇବା ପରେ ଗ୍ରାମରେ ବୈଠକ ବସିଥିଲା। ତେବେ ସମାଧାନ ନ ହେବାରୁ ୧୮ ତାରିଖରେ ପରିବାର ଲୋକ ହରିଚନ୍ଦନପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ପାଇ କେସ ନମ୍ବର ୧୧୧/୨୦୧୭ରେ ମାମଲା ରୁଜୁ କରି ଲିଟନଙ୍କୁ ଗିରଫ କରି କୋର୍ଟକୁ ପଠାଇଥିଲା ା ୧୦ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଆଧାର କରି ଏଭଳି ଦଣ୍ଡାଦେଶ ହୋଇଛି। ସେହିପରି ପୀଡିତା କ୍ଷତିପୂରଣ ଆଇନ ଅନୁଯାୟୀ ପୀଡିତାଙ୍କୁ ଛଅ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସରକାରଙ୍କୁ ଆଦେଶ କରିଛନ୍ତି ବୋଲି ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର (ପୋକ୍ସୋ) ଗଣେଷ ପ୍ରସାଦ ମହାପାତ୍ର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri