Posted inଜାତୀୟ

ଅଲ୍‌ ଉମର ମୁଜାହିଦ୍ଦିନ ମୁଖ୍ୟଙ୍କ ସମ୍ପତ୍ତି ବାଜ୍ୟାପ୍ତ

ଶ୍ରୀନଗର, ୨ା୩: ଅଲ୍‌ ଉମର ମୁଜାହିଦ୍ଦିନ୍‌ ମୁଖ୍ୟ ମୁସ୍ତାକ୍‌ ଜର୍ଗାରଙ୍କ ସମ୍ପତ୍ତିକୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବାଜ୍ୟାପ୍ତ କରିଛି। ୧୯୯୯ରେ ଇଣ୍ଡିଆନ୍‌ ଏୟାରଲାଇନ୍ସ ବିମାନ ଅପହରଣ ଘଟଣାରେ ଯାତ୍ରୀମାନଙ୍କ ମୁଣ୍ଡ ଜାମିନ ବଦଳରେ ଜର୍ଗାରଙ୍କ ଏବଂ ଅନ୍ୟ ଦୁଇଜଣ ଆତଙ୍କବାଦୀଙ୍କୁ ମୁକୁଳାଇ ନିଆଯାଇଥିଲା। ଜର୍ଗାର ଓରଫ ଲତରାମ ୧୯୮୯ରେ ତତ୍କାଳୀନ ସ୍ବରାଷ୍ଟ୍ର ମନ୍ତ୍ରୀ ମୁଫ୍‌ତି ମହମ୍ମଦ ସୟିଦଙ୍କ ଝିଅ ଅପହରଣ ସମେତ ବହୁ ଆତଙ୍କବାଦ ମାମଲାରେ ସମ୍ପୃକ୍ତ। ବିମାନ ଅପହରଣ ମାମଲା ପାକିସ୍ତାନ ମାଟିରୁ ଆତଙ୍କବାଦୀଙ୍କ ସବୁଠୁ ବଡ଼ ଅପରାଧ ବୋଲି ଏନ୍‌ଆଇଏ ମୁଖପାତ୍ର କହିବା ସହ ବେଆଇନ କାର୍ଯ୍ୟକଳାପ (ପ୍ରତିକାର) ଆଇଡ (ୟୁଏପିଏ) ବଳରେ ଜର୍ଗାରଙ୍କର ଶ୍ରୀନଗର ଗନାଇ ମୋହଲ୍ଲାରେ ୫୪୪ ବର୍ଗଫୁଟ୍‌ ଜମିରେ ଥିବା ଘରକୁ ବାଜ୍ୟାପ୍ତ କରାଯାଇଛି। ଏନ୍‌ଆଇଏ ଟିମ୍‌ ସହ ଜିଲା ପ୍ରଶାସନ ଏବଂ ସ୍ଥାନୀୟ ପୋଲିସ ପକ୍ଷରୁ ଗୁରୁବାର ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେ ମୁକ୍ତ ହେବା ପରଠାରୁ ପାକିସ୍ତାନରେ ଥାଇ ଭାରତ ବିରୋଧରେ ଆତଙ୍କବାଦୀ କାର୍ଯ୍ୟ ପରିଚାଳନା କରିବା ସହ କଶ୍ମୀର ଉପତ୍ୟକାରେ ଏହି କାର୍ଯ୍ୟ ପାଇଁ ପାଣ୍ଠି ଯୋଗାଇ ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri