ଖୁବ୍‌ଶୀଘ୍ର ସରିବ ‘ଡିଏନ୍‌ ଫେରିଟେଲ’

ଭୁବନେଶ୍ୱର,୩।୩:ରାଜ୍ୟର ପ୍ରମୁଖ ରିଅଲ ଇଷ୍ଟେଟ ସଂସ୍ଥା ‘ଡିଏନ୍‌ ହୋମସ’ର ବହୁ ଚର୍ଚ୍ଚିତ ବାସଗୃହ ପ୍ରକଳ୍ପ ‘ଡିଏନ ଫେରିଟେଲ’ର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଡିଏନ୍‌ ହୋମସ ପକ୍ଷରୁ ଗୁରୁବାର ସ୍ଥାନୀୟ ପାତ୍ରପଡାଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲା। ଏହି ଅବସରରେ ଡିଏନ୍‌ ହୋମ୍‌ସର କାର୍ଯ୍ୟନିର୍ବାହୀ ଭାଇସ ପ୍ରେସିଡେଣ୍ଟ ଶ୍ୟାମସୁନ୍ଦର ପାଢ଼ୀ ଉକ୍ତ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଆଲୋକପାତ କରି କହିଥିଲେ, ୨୦୧୯ରେ ଉକ୍ତ ପ୍ରକଳ୍ପର ଶୁଭାରମ୍ଭ ହୋଇଥିଲା। ଏପରିକି ପ୍ରକଳ୍ପ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଆମେ ସମ୍ପୂର୍ଣ୍ଣ କରିବାକୁ ଯାଉଛୁ ବୋଲି ପାଢ଼ୀ ମତବ୍ୟକ୍ତ କରିଛନ୍ତି। ସେହିଭଳି ଡିଏନ୍‌ ହୋମ୍‌ସ ସବୁବେଳେ ଗ୍ରାହକଙ୍କ ସ୍ବାର୍ଥକୁ ଅଗ୍ରାଧିକାର ଦେଇଥାଏ। ଏପରିକି ଗ୍ରାହକଙ୍କର ବିଶ୍ୱାସ ଓ ଭରସାକୁ ପୁଞ୍ଜିକରି ସଂସ୍ଥା ଆଗକୁ ବଢ଼ିଥାଏ ବୋଲି ସେ କହିଛନ୍ତି। ସେହିପରି କମ୍ପାନୀର ଭାଇସ୍‌ ପ୍ରେସିଡେଣ୍ଟ ସେଲ୍‌ସ ନିଖିଲ ବାଜପେୟୀ କହିଥିଲେ, ଉକ୍ତ ପ୍ରକଳ୍ପ ଉଭୟ ଶିଶୁ ଓ ବୟସ୍କମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରକଳ୍ପର ବିସ୍ତୃତ ଯୋଜନା ପ୍ରସ୍ତୁତ କରାଯାଇଛି। ଅପରପକ୍ଷରେ ୭୦୮ଫ୍ଲାଟ ବିଶିଷ୍ଟ ଉକ୍ତ ପ୍ରକଳ୍ପର କାମ ଖୁବଶୀଘ୍ର ସମ୍ପୂର୍ଣ୍ଣ ହେବାକୁ ଯାଉଛି ବୋଲି ବାଜପେୟୀ କହିଛନ୍ତି। ଏହା ଯୋଗୁ ମଦନପୁର ଓ ଦୁର୍ଗାପୁର ଅଞ୍ଚଳର ସାମାଜିକ ଭିତ୍ତିଭୂମିର ବିକାଶ ସହ ସ୍ଥାନୀୟ ବାସିନ୍ଦାମାନଙ୍କର ଆର୍ଥିକ ମାନଦଣ୍ଡର ଅଭିବୃଦ୍ଧି ଘଟିବ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri