ବ୍ଲକ କାର୍ଯ୍ୟାଳୟ ଘେରାଉ ପରେ ବୋମା ମାଡ଼

ତିଗିରିଆ,୪। ୩(ଡି. ଏନ. ଏ. ): ତିଗିରିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ମହିଳା ଗୋଷ୍ଠୀ କର୍ମକର୍ତ୍ତା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଆନ୍ଦୋଳନକାରୀମାନେ ଯେଉଁ ଗାଡ଼ିରେ ଆସିଥିଲେ ତା’ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ତିଗିରିଆ ଥାନାରେ ମାମଲା (ନଂ. ୪୩/୨୩) ରୁଜୁ ହୋଇଛି। ତିଗିରିଆ ବ୍ଲକର ବିଭିନ୍ନ ପଞ୍ଚାୟତର ମିଶନ ଶକ୍ତି ଅଧୀନରେ ନିର୍ବାଚିତ ଲୋକ ପ୍ରତିନିଧିମାନଙ୍କୁ ବେଆଇନ ଭାବେ ନିଯୁକ୍ତି ଦିଆଯାଇଥିବା ଅଭିଯୋଗ କରି ଅପରାହ୍ନରେ ବହୁ ମହିଳା ଓ ପୁରୁଷ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆଠଗଡ଼ର ବିଜେଡିର ଯୁବ ସଙ୍ଗଠକ ଅଭୟ ବାରିକ ଏହାର ନେତୃତ୍ୱ ନେଇଥିଲେ। ଖବରପାଇ ତିଗିରିଆ ବିଡିଓ ପ୍ରଣବ କୁମାର ବେହେରା ପହଞ୍ଚି ଯେଉଁମାନେ ନିଯୁକ୍ତି ପାଇଛନ୍ତି ସେମାନେ ଇସ୍ତଫା ଦେଇଥିବା କହିଥିଲେ। ଶନିବାର ଅପରାହ୍ନରେ ସେମାନଙ୍କ ଇସ୍ତଫାପତ୍ର ଯୁବ ସଙ୍ଗଠକଙ୍କୁ ପ୍ରଦାନ କରାଯିବ ବୋଲି କହିବା ପରେ ଆନ୍ଦୋଳନକାରୀମାନେ ଫେରିଯାଇଥିଲେ। ଏହାପରେ ଆନ୍ଦୋଳନକାରୀ ଆସିଥିବା ଏକ ସ୍କର୍ପିଓ ଏବଂ ଅଟୋ ନିକଟସ୍ଥ ଶିବ ମନ୍ଦିର ପାଖରେ ଥୁଆ ହୋଇଥିଲା। ଏହି ସମୟରେ ୨ ଜଣ ଦୃର୍ବୃତ୍ତ ହେଲ୍‌ମେଟ୍‌ ପିନ୍ଧି ଏକ ସ୍କୁଟିରେ ଆସି ଉକ୍ତ ଗାଡ଼ି ଉପରକୁ ବୋମାମାଡ଼ କରି ପଳାଇଯାଇଥିଲେ। ଏଥିରେ ସ୍କର୍ପିଓର ପଛ କାଚ ଭାଙ୍ଗିଯାଇଥିବାବେଳେ ଅଟୋର ଚକରେ ବୋମା ବାଜିଛି। ମାତ୍ର ବିଶେଷ କିଛି କ୍ଷୟକ୍ଷତି ହୋଇନାହିଁ। ସେହି ସମୟରେ ଗାଡ଼ିରେ କେହି ନ ଥିବାରୁ କାହାର କୌଣସି କ୍ଷତି ହୋଇନାହିଁ। ଏନେଇ ଅଭୟ ଥାନାରେ ଅଭିଯୋଗ କରିବା ପରେ ଆଠଗଡ ଡିଏସ୍‌ପି ବିଜୟ କୁମାର ବିଶି, ତିଗିରିଆ ଆଇଆଇସି ସୁଚିତ୍ରା ଜେନା, କାନପୁର ଆଇଆଇସି ରବୀନ୍ଦ୍ର ଭୁଜବଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri