୨ ମହିଳାଙ୍କୁ ସ୍ବଚ୍ଛ ସୁଜଳ ଶକ୍ତି ସମ୍ମାନ

ଯାଜପୁର ଟାଉନ,୫।୩ (ଡି.ଏନ୍‌.ଏ.):  ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଯାଜପୁର ଜିଲାର ୨ ମହିଳା ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ରାଜ୍ୟର ପ୍ରଥମ ଭାବେ ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଅଧୀନ ଅକରପଡ଼ା ପଞ୍ଚାୟତର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ କର୍ମୀ ସଲିଳା ଜେନା ଘରୋଇ ପାଇଖାନା ଟାଙ୍କି ସଫେଇ ପରିଚାଳନାରେ ଉଲ୍ଲେଖନୀୟ ସେବା ପାଇଁ ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ସ୍ବଚ୍ଛ ସୁଜଳଶକ୍ତି ସମ୍ମାନରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ସମ୍ମାନିତ ହୋଇଛନ୍ତି। ସଲିଳା ଘରର ଗୁଜରାଣ ମେଣ୍ଟାଇବା ପାଇଁ ଚାରିକାନ୍ଥ ମଧ୍ୟରେ ସୀମିତ ନ ରହି ପଦାକୁ ଗୋଡ଼ କାଢ଼ି ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କ ପ୍ରେରଣାରେ ଏକ ସ୍ବୟଂ ସହାୟିକା ଗୋଷ୍ଠୀ ଗଠନ କରିଥିଲେ। ସେହିପରି ଯାଜପୁର ସଦର ବ୍ଲକ୍‌ ଅଧୀନ ସୁଜନପୁର ସରପଞ୍ଚ ବିଷ୍ଣୁପ୍ରିୟା ମହାକୁଡ଼ ସମାଜସେବାକୁ ବ୍ରତ ଭାବେ ଗ୍ରହଣକରି ନିଜ ପଞ୍ଚାୟତକୁ ବାହ୍ୟ ମଳମୂତ୍ର ଗ୍ରାମ ଭାବେ ଗଢ଼ିତୋଳିଛନ୍ତି। ଏଥିସହିତ ସୁଦୃଢ଼ ଭିତ୍ତିଭୂମି ପ୍ରସ୍ତୁତ କରିବାରେ ତାଙ୍କର ଉଲ୍ଲେଖନୀୟ ସେବା ଓ ଅବଦାନ ରହିଛି। ତେଣୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱାତ୍‌ ସ୍ବଚ୍ଛ ଜଳଶକ୍ତି ସମ୍ମାନରେ ସମ୍ମାନିତ କରିଛନ୍ତି। ମହାକୁଡ଼ ନିଜ ପଞ୍ଚାୟତକୁ ପରିଷ୍କାର ପରିଚ୍ଛନ୍ନ ରଖିବା, କଠିନ ବର୍ଜ୍ୟବସ୍ତୁଗୁଡ଼ିକୁ ଡଷ୍ଟବିନ୍‌ରୁ ସଂଗ୍ରହ କରି ସେଗୁଡ଼ିକୁ ଠିକ୍‌ ଢଙ୍ଗରେ ପରିଚାଳନା କରିବା, ସ୍ବୟଂ ସହାୟକ ଗୋଷ୍ଠୀଙ୍କ ବୈଠକ ଡକାଇ ସଚେତନ କରିବା ଆଦି ବିଭିନ୍ନ କୌଶଳ ଅବଲମ୍ବନ କରିଛନ୍ତି। ଏପରି କି ଜିଲାପାଳ ରାଠୋରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଜି ଯାଜପୁର ଜିଲା ସମଗ୍ର ଦେଶରେ ଗୌରବ ଆଣିବାରେ ସହାୟକ ହୋଇପାରିଛି। ସ୍ବଚ୍ଛ ସୁଜଳଶକ୍ତି ସମ୍ମାନ ପ୍ରଦାନ ଉତ୍ସବରେ ଯାଜପୁର ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେଉରିଆ, ବରୀ ବିଡିଓ ନମିତା ବାରିକ, ସୁକିନ୍ଦା ବିଡିଓ ନମ୍ରଦା ମୋଦି ଓ ଜିଲା ପରିମଳ ବିଶାରଦ ମାନସ ରଞ୍ଜନ ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri