Posted inଜାତୀୟ

କରୋନା ସକ୍ରିୟ ମାମଲା ଟପିଲା ଅଢ଼େଇ ହଜାର, ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୩ ଶହ ଉପରେ ରହିଛି। ଏହା ୩୨୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୩୩୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ଅଢ଼େଇ ହଜାର ଉପରେ ରହିଛି। ଏହା ୨ ହଜାର ୭୯୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୬୮୬ ଥିଲା। ସେହିପରି ୨୪ ଘଣ୍ଟାରେ ୨୧୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୭ ହଜାର ୮୨୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୪ ହଜାର ୨୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମଗ୍ର ଭାରତରେ କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।  ସରକାର ଚିନ୍ତାରେ ରହିଛନ୍ତି।ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
ସଂକ୍ରମଣରେ ଭୂତାଣୁ ଅଛି କି ନାହିଁ ତାହା ନିଶ୍ଚିତ କରିବା ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଣ୍ଟିବାୟୋଟିକ ନ ଦେବାକୁ ଆଇଏମଏ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri