ପୈତୃକ ଗ୍ରାମରେ ବିଜୁବାବୁଙ୍କ ନାଁରେ ମ୍ୟୁଜିୟମ୍‌ ଦାବି

ଭଞ୍ଜନଗର,୫।୩(ଡି.ଏନ.ଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ସାରା ରାଜ୍ୟବ୍ୟାପୀ ପାଳନ ହେଉଥିବା ବେଳେ ତାଙ୍କ ପୈତୃକ ଗ୍ରାମ ଗଞ୍ଜାମ ଜିଲା ଭଞ୍ଜନଗର ସହରଠାରୁ ମାତ୍ର ୩ କିମି ଦୂର ଘୁମୁସର ନୂଆଁଗାସ୍ଥିତ ବାସଭବନରେ ମଧ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ହୋଇଛି। ସମ୍ପର୍କୀୟ ପୁତୁରା ପ୍ରମୋଦ ପଟ୍ଟନାୟକଙ୍କ ନେତୃତରେ ଗ୍ରାମର ଶିଶୁମାନଙ୍କୁ ଖାତା, କଲମ ବଣ୍ଟନ କରାଯିବ। ସେହିଭଳି ବାଉଁଶଲୁଣ୍ଡି ବିଜୁ ପଟ୍ଟନାୟକ ଛକରେ ଥିବା ବିଜୁ ସ୍ମୃତି ସଂସଦ ପକ୍ଷରୁ ଜୟନ୍ତୀ ପାଳନ କରାଯିବ। ବ୍ଲକ ବିଜେଡ଼ି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନଙ୍କ ନେତୃତରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ତେବେ ନୂଆଗଁା ସହିତ ବିଜୁବାବୁଙ୍କ ସମ୍ପର୍କ ଅତି ନିବିଡ଼ ଥିବାରୁ ସେଠାରେ ବିଜୁବାବୁଙ୍କ ନାମରେ ଏକ ମ୍ୟୁଜିୟମ ସ୍ଥାପନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ବିଜୁବାବୁଙ୍କ ପୈତୃକ ଗ୍ରାମରେ ତାଙ୍କ ପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୩ ଜାନୁୟାରୀ ୧୮ରେ ବିଜୁ ବାବୁଙ୍କ ନାମିତ ପାଠାଗାରକୁ ଉଦ୍‌ଘାଟନ କରିଥିଲେ। ବିଜୁବାବୁଙ୍କ ବାପା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ୧୮୭୫ ଜୁଲାଇ ୧ରେ ଭଞ୍ଜନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତାଙ୍କ ନାମ ଥିଲା ଆଶାଲତା ଦେବୀ। ବିଜୁବାବୁ କଟକରେ ଜନ୍ମ ଗ୍ରହଣ କରିଥିଲେ ମଧ୍ୟ ଭଞ୍ଜନଗର ଗସ୍ତରେ ଆସିବା ସମୟରେ ପୈତୃକ ବାସଭବନକୁ ଯାଇ ବିଶ୍ରାମ ନେଉଥିଲେ। ତେଣୁ ପୈତୃକ ଗ୍ରାମରେ ଏକ ମ୍ୟୁଜିୟମ୍‌ ସ୍ଥାପନ କରିବା ପାଇଁ ଭଞ୍ଜନଗର ବାର୍‌ ଆସୋସିଏଶନ ସଭାପତି ତଥା ନୂଆଗଁାବାସୀ ସନ୍ତୋଷ ନାୟକଙ୍କ ସମେତ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri