‘ବିକାଶର ନୂଆ ଇତିହାସ ଲେଖିବ ବିଜୁ ଏକ୍ସପ୍ରେସ ଓ୍ବେ’

ବରଗଡ଼ ଅଫିସ/ସୋହେଲା,୫ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ସୋହେଲା ଗସ୍ତରେ ଆସି ରବିବାର ବିଜୁ ଏକ୍ସପ୍ରେସ ଓ୍ବେ ଲୋକାର୍ପିତ କରିଛନ୍ତି। ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନରେ ଓଡ଼ିଶାବାସୀଙ୍କ ସେବାରେ ଏହାକୁ ଉତ୍ସର୍ଗୀକୃତ କରି ସେ ଖୁସି ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୧୯୯୩ରେ ବିଜୁ ବାବୁ ସମ୍ବଲପୁର -ରାଉରକେଲା ଏଲ୍‌ ଆଣ୍ଡ ଟି ରାସ୍ତାର ଶୁଭାରମ୍ଭ କରିଥିଲେ। ସେହିପରି ଆଜି ଲୋକାର୍ପିତ ହୋଇଥିବା ବିଜୁ ଏକ୍ସପ୍ରେସ ଓ୍ବେ କେବଳ ଏକ ରାସ୍ତା ନୁହେଁ, ଏହା ଅଞ୍ଚଳବାସୀଙ୍କ ପାଇଁ ଜୀବନ ରେଖା। ଏହି ରାସ୍ତା ବିକାଶର ନୂଆ ଇତିହାସ ଲେଖିବ। ଏହି ରାସ୍ତା ଯୋଗୁ ଚାଷୀ, ସାଧାରଣ ଲୋକ, ଛାତ୍ରୀଛାତ୍ର ସୁବିଧା ପାଇ ପାରିବେ। ସେହିପରି ସ୍ବାସ୍ଥ୍ୟସେବାରେ ଉନ୍ନତି ଆସିବା ସହିତ ଅଞ୍ଚଳର ଅର୍ଥନୈତିକ ଅଭିବୃଦ୍ଧି ହେବ ଏବଂ ନୂତନ ଶିଳ୍ପ ଗଢ଼ି ଉଠିବ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ବିଜୁ ଏକ୍ସପ୍ରେସ ଓ୍ବେର ବିଜୁ ଇକୋନୋମିକ କରିଡର ଭାବେ ପରିଗଣିତ ହୋଇଛି। ଏହାଦ୍ୱାରା ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲାର ଲୋକେ ସୁବିଧା ପାଇବେ ଏବଂ ବିଜୁ ଏକ୍ସପ୍ରେସ ୱେ ବିକାଶର ଆଉ ଏକ ମାଇଲଖୁଣ୍ଟ ହେବ। ସେହିପରି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହିତ ବିଜୁ ବାବୁଙ୍କ ପାଇଁ ଆଜି ଓଡ଼ିଆ ଜାତି ଗର୍ବିତ ବୋଲି କହି ମୁଖ୍ୟମନ୍ତ୍ରୀ ୨୧୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ସହିତ ଏସ୍‌ଏଚ୍‌ଜି ଗ୍ରୁପଗୁଡ଼ିକୁ ଋଣ ପ୍ରଦାନ କରିଥିଲେ। ପରେ ଏକ କାର୍‌ ଯୋଗେ ମୁଖ୍ୟମନ୍ତ୍ରୀ ରୋଡ ଶୋ’ରେ ଘେଁସ ପର୍ଯ୍ୟନ୍ତ ଯାଇଥିଲେ। ସଭାମଞ୍ଚରେ ୫-ଟି ସଚିବ ଭି. କେ ପାଣ୍ଡିଆନ, ମନ୍ତ୍ରୀ ରୀତା ସାହୁ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଭଟଲି ବିଧାୟକ ସୁଶାନ୍ତ ସିଂ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri