୯୩ ପ୍ରକଳ୍ପର ଉଦ୍‌ଘାଟନ, ୧୧୩ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା/ଗୋଲାମୁଣ୍ଡା/କୋକସରା,୫।୩(ସ୍ବପ୍ର/ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆପଡା ଜିଲା ଗସ୍ତ ସାରି କଳାହାଣ୍ଡି ଜିଲାର ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ହାଇସ୍କୁଲ ଖେଳପଡ଼ିଆ ନିକଟରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଥିଲେ। ପରେ ସେଠାରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗଦେଇ ୫୨୭.୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ଜିଲାର ୯୩ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ । ଏଥିରେ ରାସ୍ତା ଓ ସେତୁ, ଶିକ୍ଷା, ଜଳସମ୍ପଦ ପ୍ରକଳ୍ପ, ପାନୀୟ ଜଳ ଯୋଗାଣ, ମିଶନ ଶକ୍ତି, ସ୍ବାସ୍ଥ୍ୟ, ପର୍ଯ୍ୟଟନ ଓ ପରିବହନ ଆଦି ଭିତ୍ତିଭୂମି ପ୍ରକଳ୍ପ ରହିଛି। ଏହାସହ ୧୫୭୩.୪୨ କୋଟି ଟଙ୍କାରେ ନିର୍ମାଣ ହେବାକୁ ଥିବା ୧୧୩ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବୃନ୍ଦାବାହାଲ ଠାରେ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ ା ବୃନ୍ଦାବାହାଲ ସଭାକାର୍ଯ୍ୟ ପରେ ମୁଖ୍ୟମନ୍ତ୍ରୀ ବସ ଯୋଗେ ବିଜୁ ଏକ୍ସପ୍ରେସ ୱେ ରାସ୍ତାରେ ୧୫ କିମି ଦୂର ଗୋଡ଼ଭଞ୍ଜା ଗୋଳେଇ ଛକ ପର୍ଯ୍ୟନ୍ତ ରୋଡ଼ ଶୋ କରିଥିଲେ। ପରେ ସେଠାରୁ ଆମପାଣି ପର୍ଯ୍ୟନ୍ତ ଯାଇଥିଲେ । ସେଠାରେ ଜିଲା ମଧ୍ୟ ଦେଇ ଯାଇଥିବା ୭୦ କି.ମି (ଆମପାଣି-ଗୋଲାମୁଣ୍ଡା) ବିଜୁ ଏକ୍ସପ୍ରେସ ୱେ ରାସ୍ତାର ଲୋକାର୍ପିତ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ ଜୟ ବୁଢ଼ାରଜା କହିବା ସହ ବିଜୁ ଏସ୍କପ୍ରେସ ଓ୍ବେ ପାଇଁ ଆପଣମାନେ ଖୁସିତ କହି ବିଦାୟ ନେଇଥିଲେ। ଏହାପରେ ହେଲିକେପ୍ଟର ଯୋଗେ ଉତ୍କେଲା ଉଡାଜାହାଜ ପଡିଆକୁ ଯାଇ ବିମାନ ଯୋଗେ ଭୁବନେଶ୍ୱର ଫେରି ଯାଇଥିଲେ । କାର୍ଯ୍ୟକ୍ରମରେ ଜିଲାର ବୃନ୍ଦାବାହାଲ, ଧର୍ମଗଡ଼ ଓ ଆମପାଣିଠାରେ ପ୍ରାୟ ୩୦ ହଜାରୁ ଊଦ୍ଧର୍‌ବ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri