ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୪ ଜଳିଗଲେ, ୪ ଗୁରୁତର

ଖୋର୍ଦ୍ଧା ଅଫିସ,୬ା୩: ଟାଙ୍ଗୀ ଥାନା ଭୂଷଣ୍ଡପୁର ଜେଟିରେ ଦୋଳ ଉତ୍ସବ ପାଇଁ ସୋମବାର ବାଣ ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଟାଙ୍ଗୀ ପରେ ଭୁବନେଶ୍ବର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ରାତି ପାହିଲେ ଦୋଳ ଉତ୍ସବ। ଏଥିଲାଗି କୈବର୍ତ୍ତମାନଙ୍କ ପକ୍ଷରୁ ବାଣ ପଟୁଆର ପାଇଁ ଭିଡ଼ା ଚାଲିଥିଲା। ଆଜି ପୂର୍ବାହ୍ନରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ଭୟଙ୍କର ଶବ୍ଦ ସହ ନିଆଁ ଉଗ୍ରରୂପ ଧାରଣ କରିଥିଲା। ଏହି ସମୟରେ ସେଠାରେ ବାଣ, ବାରଦ ଜଳି ବିସ୍ଫୋରକ ରୂପ ନେଇଥିଲା। ଘଟଣାସ୍ଥଳରେ ୪ ଜଣ ଜଳି ଯାଇଥିବା ବେଳେ ୩ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଟାଙ୍ଗୀ ମେଡିକାଲ ନେଇଥିଲେ। ସେଠାରୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଘଟଣାସ୍ଥଳରେ ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍‌ପି ସିଦ୍ଧାର୍ଥ କଟ୍ଟାରିଆ, ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଅଛନ୍ତି। ଦୁଇଟି ଅଗ୍ନିଶମ ଗାଡ଼ି ଲାଗିଛି। ନିଆଁର ପ୍ରକୋପ ବଢୁଛି। ମୃତାହତ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଆହତମାନେ ହେଲେ ମହେଶ୍ବର ବେହେରା, ସୁଦର୍ଶନ ବେହେରା ଓ ଦୋଳଗୋବିନ୍ଦ ବେହେରା।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri