Posted inଜାତୀୟ

ଜେଲରେ ସିସୋଡିଆଙ୍କୁ ଭାଗବତ ଗୀତା ରଖିବାକୁ ଅନୁମତି ଦେଲେ କୋର୍ଟ

ନୂଆଦିଲ୍ଲୀ, ୬।୩: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆଙ୍କୁ ପୁଣିଥରେ କୋର୍ଟ ୧୪ ଦିନ ପାଇଁ ନ୍ୟାୟିକ ହେପାଜତରେ ପଠାଇଛନ୍ତି। ସେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ତିହାର ଜେଲରେ ରହିବେ। ଜେଲ ଭିତରେ ତାଙ୍କୁ ଭାଗବତ ଗୀତା,ଡାଏରୀ, ପେନ୍‌ ଏବଂ ଔଷଧ ବ୍ୟବହାର କରିବାକୁ ଅନୁମତି ମିଳିଛି। ସେହିପରି ସିସୋଡିଆ ମେଡିଟେଶନ ସେଲରେ ରହିବା ପାଇଁ ଅନୁମତି ଦିଆଯାଉ ବୋଲି ମନୀଷ ସିସୋଡିଆଙ୍କ ପକ୍ଷରୁ ଏକ ଦାବି କରାଯାଇଥିଲା। ତେବେ ସେ କରିଥିବା ଆବେଦନ ଉପରେ ବିଚାର କରିବାକୁ କୋର୍ଟ ଜେଲ କର୍ତ୍ତୃପକ୍ଷଘଙ୍କୁ ପରାମର୍ଶ ଦେଇଛନ୍ତି।

ସିବିଆଇ ଫେବୟାରୀ ୨୬ରେ ସିସୋଡିଆଙ୍କୁ ଗିରଫ କରିଥିଲା। ଏହାପରେ ପ୍ରଥମେ ତାଙ୍କୁ ୫ଦିନ ଓ ପରେ ୨ ଦିନ ରିମାଣ୍ଡରେ ନେଇ ଜେରା କରିଥିଲା। ଆଜି ଦ୍ୱିତୀୟ ଦିନର ରିମାଣ୍ଡ ଅବଧି ସରୁଥିବାରୁ ସିସୋଡିଆଙ୍କୁ କୋର୍ଟରେ ହାଜର କରାଯାଇଥିଲା। ତେବେ ସିବିଆଇ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ ନ କରିବାରୁ କୋର୍ଟ ତାଙ୍କୁ ତିହାର ଜେଲକୁ ପଠାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri