ମିଶନ ଶକ୍ତି ସଦସ୍ୟଙ୍କୁ ଇଲେକ୍ଟ୍ରିକ୍‌ ସ୍କୁଟି

ଭୁବନେଶ୍ୱର,୭ା୩(ବ୍ୟୁରୋ):ମିଶନ ଶକ୍ତି ସ୍କୁଟର ଯୋଜନାରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାଙ୍କୁ ବୈଦ୍ୟୁତିକ (ଇଲେକ୍‌ଟ୍ରିକ୍‌) ସ୍କୁଟର ନିମନ୍ତେ ସହାୟତା ଯୋଗାଇ ଦିଆଯିବ। ଏହି ଯୋଜନା ଅଧୀନରେ ଇଲେକ୍‌ଟ୍ରିକ୍‌ ସ୍କୁଟର କ୍ରୟ ପାଇଁ ଦିଆଯାଉଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ଦିଆଯିବ। ଏଥିପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌ କହିଛନ୍ତି।
ସୋମବାର ଗୀତ ଗୋବିନ୍ଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ୨୦୨୩-୨୪ ବଜେଟ ମୁଖ୍ୟାଂଶ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ମିଶନ ଶକ୍ତି ଆଜି ଓଡ଼ିଶାର ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ଏଥିନିମନ୍ତେ ମହିଳାମାନଙ୍କୁ ୬ ଲକ୍ଷରୁ ଅଧିକ ସ୍ବୟଂ ସହାୟକ ଗୋଷ୍ଠୀରେ ସଂଗଠିତ କରି ରୋଜଗାରଭିତ୍ତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ସରକାରୀ ଯୋଜନାରେ ସମ୍ପୃକ୍ତ କରାଇ ସଶକ୍ତ କରାଯାଉଛି। ନିରନ୍ତର ଆଥିର୍ର୍କ ସହାୟତା, ଦକ୍ଷତା ବିକାଶ ତାଲିମ ଏବଂ ନୂତନ ଜୀବିକାର ରାହା ଦେଖାଇ ରାଜ୍ୟ ସରକାର ପ୍ରତ୍ୟେକ ମହିଳାଙ୍କ ମନରେ ଆତ୍ମବିଶ୍ୱାସ ଏବଂ ଗର୍ବର ଭାବନା ସୃଷ୍ଟି କରିଛନ୍ତି। ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷରେ ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି, ଯାହା ଗତବର୍ଷର ବଜେଟ ତୁଳନାରେ ୨୭ ପ୍ରତିଶତ ଅଧିକ। ମିଶନ ଶକ୍ତି ବିଭାଗ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଉଦ୍ୟୋଗୀରେ ପରିଣତ କରାଯିବାକୁ ଲକ୍ଷ୍ୟ ରଖିଛି। ଏଥିପାଇଁ ରାଜ୍ୟ ସରକାର ପ୍ରତି ଜିଲାରେ ଗୋଟିଏ ଲେଖାଏ ଇଣ୍ଡଷ୍ଟ୍ରିଆଲ୍‌ ପାର୍କ ପ୍ରତିଷ୍ଠାକୁ ଅନୁମୋଦନ କରିଛନ୍ତି। ଏହି ପାର୍କ ପ୍ରତିଷ୍ଠା ପାଇଁ ୧୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।
ସେହିପରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରଣ କରିବା ଦିଗରେ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ବିନା ସୁଧରେ ମିଶନ ଶକ୍ତି ଋଣକୁ ୩ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ୧୦ ହଜାର କୋଟି ଟଙ୍କାର ବ୍ୟାଙ୍କଋଣ ଯୋଗାଇଦେବା ନିମନ୍ତେ ୨୨୦ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥା କରାଯାଇଛି। ମିଶନ ଶକ୍ତି ସଦସ୍ୟଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ସୁଧ ରିହାତି ଫେରସ୍ତ କରାଯାଉଛି ବୋଲି ମନ୍ତ୍ରୀ ହେମ୍ବ୍ରମ୍‌ କହିଛନ୍ତି।
ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ୍‌ କହିଛନ୍ତି, ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବା ପାଇଁ ତାଲିମ, ଜୀବନଜୀବିକା ଓ ଦକ୍ଷତା ବିକାଶ ଉପରେ ବିଭାଗ ଦ୍ୱାରା ଗୁରୁତ୍ୱ ଦିଆଯାଉଛି। ବ୍ଲକ୍‌ସ୍ତରରେ କୃଷି ପ୍ରକ୍ରିୟାକରଣ, ବିୟୁଟି, ଡିଜିଟାଲ ଓ ବିଜନେସ୍‌ ମ୍ୟାନେଜ୍‌ମେଣ୍ଟ, ଫ୍ୟାସନ୍‌ ଡିଜାଇନିଂ, କାଫେ ଏବଂ ଖାଦ୍ୟପ୍ରସ୍ତୁତି ଇତ୍ୟାଦି ଉପରେ ତାଲିମ ପାଇଁ ୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ସାରା ରାଜ୍ୟରେ ୫୦୦ ମିଶନ ଶକ୍ତି ବଜାର ପ୍ରତିଷ୍ଠା କରାଯିବ। ସେହି ସମୟ ମଧ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୦ ହଜାର କୋଟି ଟଙ୍କା ମୂଲ୍ୟର ସରକାରୀ ବ୍ୟବସାୟ ଯୋଗାଇବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏଥିପାଇଁ ୩୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି କାର୍ତ୍ତିକେୟନ୍‌ କହିଛନ୍ତି। ୩୦ଟି ଜିଲାସ୍ତରୀୟ ମିଶନ ଶକ୍ତି ମହାସଂଘକୁ ୧ କୋଟି ଟଙ୍କା ଲେଖାଏ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି। ୩୩୮ ଗୋଟି ବ୍ଲକ୍‌ସ୍ତରୀୟ ମହାସଂଘକୁ ୫୦ ଲକ୍ଷ ଟଙ୍କା ଲେଖାଏ ଆବର୍ତ୍ତନ ପାଣ୍ଠି ପ୍ରଦାନର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଜିଲା ଓ ବ୍ଲକ୍‌ସ୍ତରୀୟ ମହାସଂଘର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ଲାଗି ଆର୍ଥିକ ସହାୟତାର ବ୍ୟବସ୍ଥା କରାଯାଇଛି। ଗ୍ରାମ ପଞ୍ଚାୟତସ୍ତରୀୟ ମହାସଂଘ କାର୍ଯ୍ୟାଳୟ ନିମନ୍ତେ ଭିତ୍ତିଭୂମିର ବ୍ୟବସ୍ଥା କରାଯାଇଛି। ବ୍ଲକ୍‌ ଓ ପଞ୍ଚାୟତସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ କମିଟି ସଦସ୍ୟାଙ୍କ ପାଇଁ ବୈଠକ ଓ ଗସ୍ତ ଭତ୍ତାର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହିସବୁ ନିମନ୍ତେ ବାର୍ଷିକ ୨୬୬.୫୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି କାର୍ତ୍ତିିକେୟନ୍‌ କହିିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର ନିୟମିତ ବୈଠକ ଓ ତାଲିମ ସହିତ ସେଗୁଡ଼ିକ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ବ୍ୟବସ୍ଥା ନିମନ୍ତେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଏବଂ ୱାର୍ଡରେ ମିଶନ ଶକ୍ତି ଗୃହ ଏବଂ ବ୍ଲକ୍‌ ଓ ଜିଲାସ୍ତରରେ ମିଶନ ଶକ୍ତି ଭବନ ନିର୍ମାଣ କରାଯାଉଛି। ସେହିଭଳି ପ୍ରତ୍ୟେକ ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ ପାଇଁ କାର୍ଯ୍ୟାଳୟ ସହ ମାର୍କେଟ କମ୍ପ୍ଲେକ୍ସ ବ୍ୟବସ୍ଥା କରାଯାଇଛି। ଏଥିନିମନ୍ତେ ୩୨୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ବୋଲି କାର୍ତ୍ତିକେୟନ୍‌ କହିଛନ୍ତି। ଖବରଦାତା ସମ୍ମିଳନୀରେ ରାଜ୍ୟ ମିଶନ ନିର୍ଦ୍ଦେଶାଳୟର କାର୍ଯ୍ୟନିର୍ବାହୀ ଥିରୁମାଲା ନାୟକ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ମିଶନ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri