ଅନୁସୂଚିତ ଜନଜାତିଙ୍କ ପାଇଁ ସ୍ବତନ୍ତ୍ର ବିଭାଗ କରିବାକୁ ପରାମର୍ଶ

ଭୁବନେଶ୍ୱର, ୭।୩ (ବ୍ୟୁରୋ):ଓଡ଼ିଶାରେ ଅନୁସୂଚିତ ଜନଜାତିଙ୍କ ଅଧିକାର, ସୁରକ୍ଷା ଓ କଲ୍ୟାଣ ଦିଗରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେବାରେ ବିଫଳ ହୋଇଛନ୍ତି। ସେହିପରି ରାଜ୍ୟରେ ୨୩ ପ୍ରତିଶତ ଜନଜାତି ଥିବାବେଳେ ସେମାନଙ୍କ ବିକାଶ, ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ ନାହିଁ। ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଗୋଟିଏ ବିଭାଗ ରହିଛି। ଏହାଦ୍ୱାରା ଜନଜାତିଙ୍କ ବିକାଶ ପାଇଁ ବିଶେଷ ଧ୍ୟାନ ଦିଆଯାଇ ପାରୁନାହିଁ ବୋଲି ଜାତୀୟ ଅନୁସୂଚିତ ଜନଜାତି (ଏସଟି) କମିଶନ ହର୍ଷ ଚୌହାନ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ଡିଏମ୍‌ଏଫ୍‌ ପାଣ୍ଠି ଖର୍ଚ୍ଚ, ପେସା ନିୟମ ପ୍ରଣୟନ, ଆଦିବାସୀଙ୍କୁ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ କରାଯିବା ଏବଂ ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ନୂତନ ବିଭାଗ ଗଠନ କରିବା ଆଦି ସମ୍ପର୍କରେ ଏକମାସ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ କମିଶନ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଏସଟି କମିଶନ ଅଧ୍ୟକ୍ଷଙ୍କ ନେତୃତ୍ୱରେ କମିଶନଙ୍କ ପ୍ରତିନିଧି ଦଳ ଓ ରାଜ୍ୟ ସରକାରଙ୍କ ସହ ଲୋକସେବା ଭବନରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜନଜାତିଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡିକ ସମେତ ସ୍ବାସ୍ଥ୍ୟ, ଶିକ୍ଷା, ନିଯୁକ୍ତି, ପୁନଃ ଥଇଥାନ ଓ ମୌଳିକ ସୁବିଧା ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। କମିଶନ ସଦସ୍ୟ ଅନନ୍ତ ନାୟକ, ସଚିବ ଅଳକା ତିୱାରୀ ପ୍ରମୁଖଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ରୂପାରୋଶନ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଏଥିରେ ରାଜ୍ୟରେ ଆଦିବାସୀଙ୍କ ସାମାଜିକ ଓ ଅର୍ଥନୀତିକ ବିକାଶ, ସେମାନଙ୍କର ସାମ୍ବିଧାନିକ ଅଧିକାର ଓ ସୁରକ୍ଷା ଆଦିର ସମୀକ୍ଷା କରାଯାଇଥିଲା। ପରେ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ କମିଶନ ଅଧ୍ୟକ୍ଷ ଚୌହାନ ଉପସ୍ଥିତ ରହି ବୈଠକରେ ହୋଇଥିବା ଏହି ଆଲୋଚନା ସମ୍ପର୍କରେ ସୂଚନା ଦେଇଥିଲେ।
ବୈଠକରେ ଆଦିବାସୀଙ୍କ ପାଇଁ ବିଭିନ୍ନ ସ୍କିମରେ ଆସୁଥିବା ଅର୍ଥର ସୁବିନିଯୋଗ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏଥିସହ ବିଭିନ୍ନ ପ୍ରକଳ୍ପ ପାଇଁ ଆଦିବାସୀଙ୍କୁ ବିସ୍ଥାପିତ କରାଯାଇଥିଲେ ହେଁ ସେମାନଙ୍କୁ ଦୀର୍ଘଦିନ ଧରି ଥଇଥାନ କରା ନ ଯିବା, ଆଦିବାସୀବହୁଳ ଅଞ୍ଚଳରେ ସ୍ବାସ୍ଥ୍ୟ ଭିତ୍ତିଭୂମି ନ ଥିବା ଓ ଆବାସିକ ସ୍କୁଲଗୁଡିକରେ ଦୟନୀୟ ପରିସ୍ଥିତିରେ ରହୁଥିବା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଅବଗତ କରାଇଥିଲେ। ଚାକିରି କ୍ଷେତ୍ରରେ ବହୁ ସୁଯୋଗ ରହିଥିଲେ ବି ଜନଜାତିଙ୍କ ପାଇଁ ପଦବୀ ରହୁ ନ ଥିବାରୁ କମିଶନ ଅଧ୍ୟକ୍ଷ କ୍ଷୋଭ ପ୍ରକାଶ କରିଥିଲେ। ଏଥିସହ ନିୟମିତ ଭାବେ ଟ୍ରାଇବାଲ ଆଡ୍‌ଭାଇଜରି କାଉନ୍‌ସିଲ ବୈଠକ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗକୁ ପ୍ରତି ଜିଲାରେ ଆୟୋଗ ସମୀକ୍ଷା ବୈଠକ କରାଯିବ ବୋଲି ଅଧ୍ୟକ୍ଷ ଚୌହାନ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri