Posted inଜାତୀୟ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ବ୍ୟବସାୟୀ ଅରୁଣ ପିଲ୍ଲାଇ ଗିରଫ

ହାଇଦ୍ରାବାଦ୍‌,୭।୩: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ହାଇଦ୍ରାବାଦସ୍ଥିତ ବ୍ୟବସାୟୀ ଅରୁଣ ପିଲ୍ଲାଇଙ୍କୁ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ଏହି ଦୁର୍ନୀତି ସହ ଜଡ଼ିତ ମାମଲାରେ ସିବିଆଇ ଅତୀତରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗିରଫ କରିଥିଲା। ସାତଦିନ ସିବିଆଇ ହେପାଜତ ପରେ ତାଙ୍କୁ ବର୍ତ୍ତମାନ ନ୍ୟାୟିକ ହେପାଜତକୁ ପଠାଯାଇଛି।
ଦିଲ୍ଲୀର ଏକ୍ସାଇଜ୍‌ ପଲିସି ମାମଲାରେ ରାଉସ ଆଭେନ୍ୟୁ କୋର୍ଟ ସିସୋଡିଆଙ୍କୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ସୋମବାର ସିବିଆଇ ରିମାଣ୍ଡ ଶେଷ ହେବା ପରେ ସିସୋଡିଆଙ୍କୁ ରାଉସ ଆଭେନ୍ୟୁ କୋର୍ଟକୁ ଅଣାଯାଇଥିଲା। ଶୁଣାଣି ପରେ ସିସୋଡିଆଙ୍କୁ ତିହାର ଜେଲକୁ ନିଆଯାଇଥିଲା। ତାଙ୍କୁ ଗୀତା, ଡାଏରୀ, କଲମ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ ଔଷଧ ରଖିବା ପାଇଁ ଅନୁମତି ଦିଆଯାଇଛି।
ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ବ୍ରାଇଣ୍ଡକୋ ସେଲ୍ସ ପିଭି ଲିମିଟେଡ୍‌ର ବ୍ୟବସାୟୀ ତଥା ନିର୍ଦ୍ଦେଶକ ଅମନଦୀପ ସିଂ ଧଲଙ୍କୁ ମଧ୍ୟ ଗିରଫ କରିଛି। ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାର ତଦନ୍ତ ସମ୍ପର୍କରେ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ

ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର...

ରାହୁଲ ଗାନ୍ଧୀ ବନାମ ପ୍ରତାପ ସିଂ, ରାଏବରେଲିରେ କିଏ, କାହା ଉପରେ ପଡ଼ିବ ଭାରି

ନୂଆଦିଲ୍ଲୀ,୩।୫: ଶୁକ୍ରବାର କଂଗ୍ରେସ ରାଏବରେଲି ଏବଂ ଆମେଠି ପାଇଁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ଏବଂ କିଶୋରୀ ଲାଲ ଶର୍ମା ଆମେଠିରୁ ନିର୍ବାଚନ...

୨୫ ବର୍ଷ ପରେ ଆମେଠିରେ ଘଟିବାକୁ ଯାଉଛି ଏମିତି ଘଟଣା..

ଲକ୍ଷ୍ନୌ,୩।୫: ୟୁପିର ଏକ ହାଇପ୍ରୋଫାଇଲ ସିଟ ମଧ୍ୟରୁ ଅନ୍ୟତମ ଆମେଠିକୁ ଗାନ୍ଧୀ ପରିବାରର ପାରମ୍ପରିକ ଆସନ ଭାବରେ ବିବେଚନା କରାଯାଏ। ୧୯୯୯ ପରେ ପ୍ରଥମଥର ପାଇଁ...

ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତାରୁ ଶେଷରେ କାହିଁକି ହଟିଲେ ପ୍ରିୟଙ୍କା ଗାନ୍ଧୀ: ଭାଇଙ୍କ ପାଇଁ ନା ଅନ୍ୟ କିଛି

ନୂଆଦିଲ୍ଲୀ,୩।୫: ରାଏବରେଲି ଏବଂ ଆମେଠିରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ରାଏବରେଲିରୁ ରାହୁଲ ଗାନ୍ଧୀ ଏବଂ ଆମେଠିରୁ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି। ପ୍ରିୟଙ୍କା ଗାନ୍ଧୀ...

କିଏ ସେହି କେ.ଏଲ୍‌ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍‌ ଦେଲା କଂଗ୍ରେସ

ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି...

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri