Posted inଜାତୀୟ

ଭାରତ ବିଶ୍ୱ ଅର୍ଥନୀତିର ‘ଉଜ୍ଜ୍ୱଳ ତାରକା’: ମୋଦି

ନୂଆଦିଲ୍ଲୀ,୭।୩: ବଜେଟ ପରେ ଅନୁଷ୍ଠିତ ପୋଷ୍ଟ ବଜେଟ ୱେବିନାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଆଜି ଭାରତକୁ ବିଶ୍ୱ ଅର୍ଥନୀତିର ଉଜ୍ଜ୍ୱଳ ତାରକା କୁହାଯାଉଛି ଏବଂ ଦେଶ ମଧ୍ୟ ଜି-୨୦ ଅଧ୍ୟକ୍ଷତା ଦାୟିତ୍ୱ ଗ୍ରହଣ କରୁଛି। ୨୦୨୧-୨୨ ବର୍ଷରେ ଭାରତ ଏପର୍ଯ୍ୟନ୍ତ ସର୍ବାଧିକ ଏଫ୍‌ଡିଆଇ ପାଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ମଧ୍ୟ କହିଛନ୍ତି ଯେ, ରୁପେ ଏବଂ ୟୁପିଆଇ କେବଳ କମ୍‌ ମୂଲ୍ୟ ଏବଂ ଅତ୍ୟଧିକ ସୁରକ୍ଷିତ ପ୍ରଯୁକ୍ତିବିଦ୍ୟା ନୁହେଁ, ଏହା ବିଶ୍ୱରେ ଆମର ପରିଚୟ। ଭାରତ ଅର୍ଥନୈତିକ ଅନୁଶାସନ, ପାରଦର୍ଶିତା ଏବଂ ସମୂହ ଆଭିମୁଖ୍ୟ ଆଡ଼କୁ ଗତି କରୁଛି। ତେଣୁ ଆମେ ମଧ୍ୟ ଏକ ବଡ଼ ପରିବର୍ତ୍ତନ ଦେଖୁଛୁ। ବିଭିନ୍ନ ଭୌଗୋଳିକ ଏବଂ ଅର୍ଥନୈତିକ କ୍ଷେତ୍ରର ଅଗ୍ରଗତି ପାଇଁ କାର୍ଯ୍ୟ କରୁଥିବା ଘରୋଇ କ୍ଷେତ୍ରକୁ ମଧ୍ୟ ଆମକୁ ସର୍ବାଧିକ ସହାୟତା ଦେବାକୁ ପଡିବ। ଏକଦା ଭାରତରେ ଟ୍ୟାକ୍ସ ହାର କେତେ ଅଧିକ ତାହା ସବୁଠି ଆଲୋଚନା ହେଉଥିଲା, କିନ୍ତୁ ଆଜି ଭାରତରେ ପରିସ୍ଥିତି ସମ୍ପୂର୍ଣ୍ଣ ଅଲଗା।
ବ୍ୟାଙ୍କିଙ୍ଗ ବ୍ୟବସ୍ଥା ସମ୍ପର୍କରେ ମୋଦି କହିଛନ୍ତି, ଆଜିର ସମୟର ଆବଶ୍ୟକତା ହେଉଛି ଯେ ଭାରତର ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ଆସିଥିବା ମଜଭୁତିର ଲାଭ ଯଥାସମ୍ଭବ ଲୋକଙ୍କ ନିକଟରେ ପହଞ୍ଚିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri