Posted inଜାତୀୟ

ଭାରତ-ଫ୍ରାନ୍ସ ମିଳିତ ସମରାଭ୍ୟାସ ‘ଫ୍ରିନଜେକ୍ସ -୨୩’ ଆରମ୍ଭ…

ଥରୁଭାନନ୍ତପୁରମ,୭।୩ : ଭାରତ ଏବଂ ଫ୍ରାନ୍ସ ସୈନ୍ୟବାହିନୀ ମଧ୍ୟରେ ପ୍ରଥମ ମିଳିତ ସମରାଭ୍ୟାସ ମଙ୍ଗଳବାର କେରଳର ଥିରୁଭାନନ୍ତପୁରମରେ ଆରମ୍ଭ ହୋଇଛି। ମିଳିତ ଭାବେ ପରିଚାଳିତ ଏହି ସାମରିକ ଅଭ୍ୟାସର ନାମ ‘ଫ୍ରିନଜେକ୍ସ -୨୩’ ରଖାଯାଇଛି। ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ଫ୍ରାନ୍ସ ସେନା ସହିତ ଏହି ସାମରିକ ଅଭ୍ୟାସ ଦୁଇ ଦିନ ଧରି କେରଳର ଥିରୁଭାନନ୍ତପୁରମର ପାଙ୍ଗୋଡ ମିଲିଟାରୀ ଷ୍ଟେଶନରେ ଅନୁଷ୍ଠିତ ହେଉଛି।

ଏହି ସାମରିକ ଅଭ୍ୟାସ ବିଷୟରେ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇ କହିଛି ଯେ,ଭାରତ ଏବଂ ଫ୍ରାନ୍ସର ସ୍ୟୈବାହିନୀ ମଧ୍ୟରେ ପାରସ୍ପରିକ କାର୍ଯ୍ୟଦକ୍ଷତା, ସମନ୍ବୟ ଏବଂ ସହଯୋଗକୁ ରଣନୀତିକ ସ୍ତରରେ ପ୍ରୋତ୍ସାହିତ କରିବା ଏହାର ଉଦ୍ଦେଶ୍ୟ। ମିଳିତ ମାନବିକ ସହାୟତା ଏବଂ ବିପର୍ଯ୍ୟୟ ପ୍ରଶମନ ସାମରିକ ଅଭ୍ୟାସର କାର୍ଯ୍ୟସୂଚୀରେ ରହିଛି। ଏହା ଅନ୍ତର୍ଗତ ଉଭୟ ଦେଶର ସୈ ନ୍ୟ ଏକସ୍ବେତନ୍ତ୍ର ମିଳିତ କମାଣ୍ଡ ଫୋର୍ସ ଗଠନ କରିବେ। ଏହି କମାଣ୍ଡ ପୋଷ୍ଟ ବିପର୍ଯ୍ୟୟ ପ୍ରଶମନ ଉଦ୍ଦେଶ୍ୟରେ ଧାର୍ଯ୍ୟ ଅଞ୍ଚଳକୁ ସୁରକ୍ଷିତ ରଖିବା ଅଭ୍ୟାସ କରିବେ। ପ୍ରଶିକ୍ଷଣରେ ଅପରେଶନ, ଆଭ୍ୟନ୍ତରୀଣ ବିସ୍ଥାପିତ ଜନସଂଖ୍ୟା ଶିବିର ସ୍ଥାପନ ଏବଂ ବିପର୍ଯ୍ୟୟ ପ୍ରଶମନ ସାମଗ୍ରୀର ପରିବହନ ଆଦି ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri