Posted inଜାତୀୟ

ନାଗାଲାଣ୍ଡରରେ ପ୍ରଥମ ମହିଳା ମନ୍ତ୍ରୀ…

କୋହିମା,୭।୩ : ନାଗାଲାଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିବା ପ୍ରଥମ ମହିଳା ବିଧାୟକ ସାଲହୁଟୁନୁ କ୍ରୁସେ ମଙ୍ଗଳବାର ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେସେ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ନିଫି ରିଓ ସିଏମ ଭାବେ ଶପଥ ଗ୍ରହଣ କରିଥିଲେ। ରିଓଙ୍କ ସହିତ ତାଡିଟୁଇ ରଙ୍ଗକାଉ ଜେଲିଆଙ୍ଗ ଏବଂ ୟାନଥୁଙ୍ଗୋ ପାଟନ ଉପମୁଖ୍ୟମନ୍ତ୍ରୀସିଏମ ଭାବରେ ଶପଥ ଗ୍ରହଣ କରିଥିଲେ। ଏଥିସହିତ ଅନ୍ୟ ୯ ଜଣ ବିଧାୟକଙ୍କୁ ଶପଥ ପାଠ କରାଯାଇଥିଲା।

ନାଗାଲାଣ୍ଡ ବିଧାନସଭା ର୍ନିବାଚନରେ ଇତିହାସ ସୃଷ୍ଟି କରି ପ୍ରଥମ ଥର ପାଇଁ ମହିଳା ପ୍ରାର୍ଥୀମାନେ ବିଧାନସଭା ନିର୍ବାଚନରେ ଜିତିଛନ୍ତି। ପଶ୍ଚିମ ଅଙ୍ଗାମି ଆସନରୁ ଏନଡିପିପି ଏବଂ ଭାଜପା ସହଯୋଗୀ ପ୍ରାର୍ଥୀ ସାଲହୁଟୁନୁ କ୍ରୁସ ଜିତିଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ କେନେଜାଖୋ ନାକ୍ରୋଙ୍କୁ ପରାସ୍ତ କରିଥିଲେ। ସାଲହୁଟୁନୁ କ୍ରୁସେ ନାଗାଲାଣ୍ଡର ଦ୍ୱିତୀୟ ମହିଳା ବିଧାୟକ।

ଶପଥ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି ସାଲହୋଟୁନୁ କ୍ରୁସଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଥମ ଥର ପାଇଁ ନାଗାଲାଣ୍ଡ ବିଧାନସଭା ନିର୍ବାଚନରେ ଦୁଇଜଣ ମହିଳା ସାଲହୋଟୁନୁ କ୍ରୁସ ଏବଂ ହେକାନି ଜାଖାଲୁ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri