Posted inଜାତୀୟ

ହୋଲିରେ ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ୫ମହଲା କୋଠା

ନୂଆଦିଲ୍ଲୀ,୮।୩: ଦେଶର ରାଜଧାନୀ ଦିଲ୍ଲୀରେ ହୋଲି ପର୍ବରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ପାଞ୍ଚ ମହଲା କୋଠା ରାସ୍ତା ଆଡକୁ ଭୁଶୁଡ଼ିପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି ଏହି ଦୁର୍ଘଟଣାରେ କାହାରି କିଛି କ୍ଷତି ହୋଇନାହିଁ। ଖବରପାଇ ପୋଲିସ ଏବଂ ଅଗ୍ନିଶମବାହିନୀ ଟିମ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆଖପାଖ ରାସ୍ତାକୁ ଅବରୋଧ କରିଥିଲେ। ବର୍ତ୍ତମାନ ସମୟରେ ଯାନବାହନ ଚଳାଚଳ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। ବର୍ତ୍ତମାନ ଭଗ୍ନାବଶେଷଗୁଡିକୁ ପ୍ରଶାସନ ଦ୍ୱାରା ସଫା କରାଯାଉଛି। ସୂଚନାଯୋଗ୍ୟ, ବୁଧବାର ଅପରାହ୍ନରେ ଦିଲ୍ଲୀର ବିଜୟ ପାର୍କ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଏକ ପାଞ୍ଚ ମହଲା କୋଠା ହଠାତ୍‌ ଭୁଶୁଡିପଡିଛି। ଏହି ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଯେ, ଦେଖୁ ଦେଖୁ କିଭଳି ଏକ ପାଞ୍ଚ ମହଲା ବିଶିଷ୍ଟ କୋଠା ମାତ୍ର ୪ ସେକେଣ୍ଡରେ ଭୁଶୁଡି ପଡି ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଛି। ଏହି ଦୁର୍ଘଟଣାରେ ନିକଟସ୍ଥ ଦୋକାନ, ଘର ଏବଂ ଯାନବାହାନ ମଧ୍ୟ ଭଗ୍ନାବଶେଷ ତଳେ ଚାପି ହୋଇଯାଇଛି। ପୋଲିସ କର୍ମୀମାନେ ଘଟଣାସ୍ଥଳରୁ ଲୋକଙ୍କ ଭିଡ଼କୁ ହଟାଇ ଭିଡ଼ ନିୟନ୍ତ୍ରଣ କରିଛି। ଭଗ୍ନାବଶେଷଗୁଡ଼ିକୁ ରାସ୍ତାରୁ ସଫା କରିବାକୁ ସମୟ ଲାଗିବ, ତେଣୁ ସେହି ମାର୍ଗରୁ ଯାନବାହନ ଏବଂ ଲୋକଙ୍କ ଯାତାୟାତ ଉପରେ ପ୍ରତିବନ୍ଧକ ଲଗାଯାଇଛି। ତେବେ କୋଠା ଭୁଶୁଡ଼ିବାର କାରଣ ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri