Odisha Elections 2024
Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ
ଆଜି ଗଜକେଶରୀ ଯୋଗ ପ୍ରଭାବରୁ କାର୍ଯ୍ୟସିଦ୍ଧି ସହ ସାମାଜିକ ସମ୍ମାନ ପାଇବେ। ପିଲାଙ୍କ ଅପୂରଣ ଆବଶ୍ୟକତାକୁ ନେଇ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ପାପଗ୍ରହମାନଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ଆକସ୍ମିକ ଆବଶ୍ୟତାଜନିତ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢ଼ାଇ ଦେବ। ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପ୍ରତିବନ୍ଧକ କାରଣରୁ ନିର୍ମାଣ କାର୍ଯ୍ୟରେ ଗତି ମନ୍ଥର ହେବ।
ମିଥୁନ
ମିଥୁନ
ଋଣ ପରିଶୋଧ ନ କରିବା କାରଣରୁ କରଜଦାତାଙ୍କ ସହ କଳହ ଲାଗିପାରେ। ହିତୈଷୀଙ୍କ ପରାମର୍ଶରେ ବିଭିନ୍ନ ଧନ୍ଦା କରିବା ସକାଶେ ମନ ବଳାଇପାରନ୍ତି। ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି, ଯାହାକି ଆପଣଙ୍କ ସକାଶେ ହିତକର ହେବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ
କର୍କଟ
କର୍ମବ୍ୟସ୍ତତା ବୃଦ୍ଧି ପାଇବା କାରଣରୁ କୌଣସି ଗୋଟିଏ ସ୍ଥାନରେ ଆଜି ସ୍ଥିର ଭାବେ ରହିପାରିବେ ନାହିଁ। ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। ପରିବାରରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିପାରିବେ। କ୍ରୀଡ଼ା, କଳା, ଆନୁଷ୍ଠାନିକ କାର୍ଯ୍ୟ ସହ ବ୍ୟବସାୟରେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ମନରେ ସାହସ ବାନ୍ଧି କୌଣସି କାମ କଲେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। ଏକା ସଙ୍ଗରେ ବହୁତଗୁଡ଼ିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଘରେ ବନ୍ଧୁ ମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ଆମୋଦ ପ୍ରମୋଦର ସୁଅ ଛୁଟିପାରେ।
କନ୍ୟା
ବହୁତ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯିବ। ପାରିବାରିକ କ୍ଷେତ୍ରରେ ବୃଥା ସନ୍ଦେହ କରି ନିଜ ଲୋକ ମାନଙ୍କୁ ଭୁଲ୍‌ ବୁଝିପାରନ୍ତି। ଗାଡି ମରାମତି, ପୁରୁଣା ଘରକୁ ସଜାଡି ପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହୋଇପାରେ।
ତୁଳା
ତୁଳା
ବୁଝାମଣା ଅଭାବରୁ ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ସ୍ବାତୀ ନକ୍ଷତ୍ରର ମାନସିକ ଅଶାନ୍ତି କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିବେ।
ବିଛା
ବିଛା
ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। କିନ୍ତୁ ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ। ଅନ୍ୟମାନଙ୍କ ସହ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥା ମାନି କାମ କଲେ ଭଲ। ଆଲୋଚନା, ଗଠନମୂଳକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜିର କାମଗୁଡ଼ିକ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ପରିବାରରେ କାହାର ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଘରର ଥିବା ଭୂ- ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସୂଚନା ରହିଛି।
ମୀନମୀନ
ଘରୋଇ କ୍ଷେତ୍ରରେ ଆତ୍ମୀୟ ମଧ୍ୟ ବିଶ୍ୱାସଘାତକତା କରିପାରନ୍ତି। ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢ଼ା ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ରେବତୀ ନକ୍ଷତ୍ର ପ୍ରତ୍ୟେକ ଦିଗରୁ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଅନ୍ୟମନସ୍କତା ଯୋଗୁ କେତେକ ବ୍ୟତିକ୍ରମ ଆଶଙ୍କା ରହିଛି। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ...

ରାଶିଫଳ: ରବିବାର, ମେ ୧୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମର ପୁନରୁଦ୍ଧାର ପାଇଁ ଉଚ୍ଚ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବାରୁ ମନ ଭଲ...

ରାଶିଫଳ: ଶନିବାର, ମେ ୧୮ ତାରିଖ – Daily Horoscope

ମେଷ ଆଜି ଦୁଃସ୍ଥାନସ୍ଥ କେତୁ ଯୁକ୍ତ ଶୁକ୍ର ବିଶେଷ ଭ୍ରମଣ ଓ ଖର୍ଚ୍ଚାନ୍ତ ହେତୁ ଅଶାନ୍ତ ରହିବେ। ପାରିବାରିକ ସମସ୍ୟା, ଯାନବାହନରେ କ୍ଷତିର ସମ୍ମୁଖୀନ ହୋଇପାରନ୍ତି।...

ରାଶିଫଳ: ଶୁକ୍ରବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କଲ୍ୟାଣଚନ୍ଦ୍ର ପ୍ରଭାବରୁ ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବ। ପ୍ରଶାସନ କିମ୍ବା...

ରାଶିଫଳ: ଗୁରୁବାର, ମେ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ସାମାଜିକସ୍ତରରେ ନିଜକୁ ଠିକ୍‌ ଭାବେ ଚଳାଇନେଇ ପାରିବେନାହିଁ। ଶନିଦୃଷ୍ଟ...

ରାଶିଫଳ: ବୁଧବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ସବୁ ଭଲ ହେଲେ ମଧ୍ୟ ସ୍ପଷ୍ଟବାଦିତା ଯୋଗୁ ଅନ୍ୟମାନଙ୍କ ଚକ୍ଷୁଶୂଳ ହେବେ। ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର୍ଯ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର...

ରାଶିଫଳ: ମଙ୍ଗଳବାର, ମେ ୧୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସାହାଯ୍ୟ, ସହଯୋଗ ଲାଭକରି ହାତକୁ ନେଇଥିବା କାମ ସମ୍ପନ୍ନ କରିପାରିବେ। ବନ୍ଧୁଙ୍କ ପରାମର୍ଶରେ ପରିବାରର ସହମତି ନେଇ କୌଣସି ଦୀର୍ଘମିଆଦୀ...

ରାଶିଫଳ: ସୋମବାର, ମେ ୧୩ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତି ସହିତ ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ଆନୁଷ୍ଠାନିକ କାର୍ଯ୍ୟ, କର୍ମାରମ୍ଭ, ବନ୍ଧୁମିଳନର ସୁଯୋଗ ମିଳିବ। କୌଣସି ଭଲ କାମରେ ନିଜକୁ ନିୟୋଜିତ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri