ଜାଲ ଟଣାକୁ କେନ୍ଦ୍ର କରି ୨ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ: ୧୪ରୁ ଊର୍ଦ୍ଧ୍ୱ ଆହତ, ଉଭୟ ପକ୍ଷରୁ ଥାନାରେ ଏତଲା

ନିରାକାରପୁର,୮।୩(ଡି.ଏନ୍‌.ଏ.): ସାରା ଦେଶରେ ବୁଧବାର ବହୁ ଧୁମ୍‌ଧାମ୍‌ରେ ହୋଲି ପର୍ବ ପାଳନ କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲାରେ ଏକ ଅଘଟଣ ଘଟିଛି। ମାଛ ଧରା ଜାଲକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଉଭୟ ପକ୍ଷରୁ ୧୪ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୁଧବାର ଚାରିଆଡେ ହୋଲି ଖେଳ ଚାଲିଥିବା ବେଳେ ଖୋର୍ଦ୍ଧାର ସୀମାନ୍ତ ଅଞ୍ଚଳ ଭାବେ ପରିଚିତ ଟାଙ୍ଗୀ ବ୍ଲକ ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ପଞ୍ଚାୟତ ସରସ୍ବତୀ ନଗର ଏବଂ ପୁରୀ ଜିଲା ଗଦିଶଗୋଦା ଥାନା ଆଡାଲ ପଞ୍ଚାୟତ ଗଙ୍ଗାଧରପୁର ମଧ୍ୟରେ ମାଛ ଜାଲକୁ କେନ୍ଦ୍ର କରି ପ୍ରଥମେ ପାଟିତୁଣ୍ଡ ହୋଇଥିଲା। ପରେ ଏହା ଏକ ଗୋଷ୍ଠି ସଂଘର୍ଷରେ ପରିଣତ ହୋଇଥିଲା। ଏଥିରେ ଉଭୟ ପକ୍ଷରୁ ୧୪ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ଖବରପାଇ ପ୍ରଥମେ ଗଦିଶଗଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଣ୍ଡଗୋଳକୁ ନିୟନ୍ତ୍ରଣ କରିବା ସହ ଶାନ୍ତିଶୃଙ୍ଖଳା ରକ୍ଷା କରିଥିବା ବେଳେ ପରେ ଟାଙ୍ଗୀ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଅନ୍ୟପଟେ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ସେହିପରି ଥାନାରେ ସରପଞ୍ଚ ମଧ୍ୟ ପହଞ୍ଚିବା ପରେ ଉଭୟ ପକ୍ଷରୁ ଆସନ୍ତା ୧୯ ତାରିଖରେ ଭଦ୍ରବ୍ୟକ୍ତିଙ୍କ ମାଧ୍ୟମରେ ସମାଧାନ ପାଇଁ ରାଜି ହେବାରୁ ପୋଲିସ ସେମାନଙ୍କୁ ଛାଡ଼ିଦେଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri