ଲିଫ୍ଟ ମାଗି ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଦାରିଙ୍ଗବାଡ଼ି,୯ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ଲିଫ୍ଟ ମାଗି ମରଣାନ୍ତକ ଆକ୍ରମଣ କରିବାରୁ କୋଟଗଡ଼ ବ୍ଲକ ରାଣିପାଙ୍ଗା ବିଦ୍ୟାଳୟର ଶିକ୍ଷକ ନହୁ ପ୍ରଧାନ ଆହତ ହୋଇଛନ୍ତି। ତାଙ୍କ ନିଜ ଗ୍ରାମ ଦାରିଙ୍ଗବାଡି ବ୍ଲକ ବୁଡାଙ୍ଗପିପିଲି। ନହୁ ସକାଳୁ ସ୍କୁଲକୁ ବାଇକ ଯୋଗେ ଯିବା ବେଳେ ତାଙ୍କ ସମ୍ପର୍କୀୟ ସାନ ପ୍ରଧାନ ତାଙ୍କ ସହ ରାଣିପାଙ୍ଗାରେ ମୋର କାମ ଅଛି ତୁମ ସହ ଯିବି କହିଥିଲେ। ଏଥିରେ ନହୁ ସମ୍ପର୍କୀୟ ସାନଙ୍କୁ ସାଥିରେ ନେଇ ଯିବା ସମୟରେ ପର୍ତ୍ତମାହା ପଞ୍ଚାୟତ କଟାବାଡି ଗ୍ରାମ ନିକଟ ଏକ ଜଙ୍ଗଲରେ ସମ୍ପର୍କୀୟ ପୁତୁରା ସାନ ହଠାତ ଏକ ଧାରୁଆ ଅସ୍ତ୍ରରେ ପଛପଟୁ ବେକକୁ ଆକ୍ରମଣ କରି ଗୋଟିଏ ବ୍ରିଜ ତଳକୁ ଠେଲି ଦେବା ସହ ବ୍ରିଜ ତଳେ ମଧ୍ୟ ମରଣାନ୍ତକ ଆକ୍ରମଣ କରୁଥିଲେ।

ଏହି ସମୟରେ ଜଙ୍ଗଲରେ କାମ କରୁଥୁବା ଲୋକ ଆସି ନହୁଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ନହୁଙ୍କୁ ପ୍ରଥମେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟତ୍ର ପଠାଇଥିବା ଜଣାପଡ଼ିଛି। ସେହିପରି ଅଭିଯୁକ୍ତ ସାନଙ୍କୁ ସ୍ଥାନୀୟ ଲୋକ କାବୁ କରି ପୋଲିସ ଜିମା ଦେଇଥିଲେ। ସମ୍ପର୍କୀୟ ସାନ କାହିଁକି ଏଭଳି ଆକ୍ରମଣ କରିଛନ୍ତି ସେ ସମ୍ପର୍କରେ କାରଣ ଅସ୍ପଷ୍ଟ ଥିବା ବେଳେ ଏହା ପୁର୍ବ ଶତ୍ରୁତା ରହିଥାଇପାରେ ବୋଲି ପୋଲିସ ସନ୍ଦେହ କରିଛି। ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଥାନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri