ପୁଣି କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲ ଜଳୁଛି

ଲାଞ୍ଜିଗଡ଼,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ବନାଞ୍ଚଳ ସିକେରକୁପା ସେକ୍ସନ କିଡିଙ୍ଗ ବିଟର କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗିଛି। ନିଆଁ ଲାଗିବା ଫଳରେ ଜଙ୍ଗଲରେ ଥିବା ଶହଶହ ମୂଲ୍ୟବାନ ଗଛ ପୋଡ଼ି ପାଉଁଶ ହେବାରେ ଲାଗିଛି। କୌଣସି ଦୁର୍ବୃତ୍ତ ନିଆଁ ଜାଣିଶୁଣି ଲଗାଇ ଦେଇଥିବା ଚର୍ଚ୍ଚା ହେଉଥିବାବେଳେ ରାସ୍ତା କଡ଼ରେ ଥିବା ଏହି ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗି ବ୍ୟାପିବାରେ ଲାଗିଥିଲେ ହେଁ ବର୍ତ୍ତମାନ ପର୍ଯ୍ୟନ୍ତ ଏ ନେଇ ବନବିଭାଗ ନିକଟରେ କୌଣସି ଖବର ନାହିଁ। ଗତ କିଛି ଦିନ ତଳେ ମୂଷାନାଳ ସେକ୍ସନ ପାତର ଡଙ୍ଗର ନିକଟରେ ଥିବା ଅରବାନ ପ୍ଲାଣ୍ଟରେ ନିଆଁ ଲାଗି ୭ ହଜାର ଗଛ ପୋଡି ଯାଇଥିବା ବେଳେ ମାତ୍ର ଏକ ସପ୍ତାହ ମଧ୍ୟରେ ଉକ୍ତ ସେକ୍ସନର ପଦ୍ମଥପା ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗି ମୂଲ୍ୟବାନ ଗଛ ପୋଡି ଯାଇଥିଲା। ସେହିପରି ବିଶ୍ୱନାଥପୁର ସେକ୍ସନ ବକଟପୁର ଜଙ୍ଗଲରେ ନିଆଁ ଲାଗି ମୂଲ୍ୟବାନ ଗଛ ପୋଡି ଯାଇଥିଲା। ଏହା ପରେ ପୋଖରୀ ବନ୍ଦ ନିକଟସ୍ଥ ବରାଘାଟି, ଲାଞ୍ଜିଗଡ଼ ସେକ୍ସନ ଝିମିରି ଜଙ୍ଗଲ, ମୂଷାନାଳ ସେକ୍ସନ ବୁରୀ ଜଙ୍ଗଲ ବହୁ ମୂଲ୍ୟବାନ ଗଛ ପୋଡ଼ି ଯାଇଛି। ଏପରିକି ବନାଗ୍ନି ରୋକିବାକୁ ବନ ବିଭାଗ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ସତ୍ତ୍ବେ ଜଙ୍ଗଲ ନିଆଁକୁ ରୋକିବାକୁ ସଫଳ ହୋଇପାରୁନାହିଁ। ବନବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କ ଦାୟିତ୍ୱହୀନତା ତଥା ଅବହେଳା ଯୋଗୁ ନିଆଁ ଲିଭାଇବା ପାଇଁ ରଖାଯାଇଥିବା ଫାୟାର ଉଆଚରମାନେ ନିଆଁ ଲାଗିବା ଖବର ପାଇ ମଧ୍ୟ ନିଆଁ ଲିଭାଇବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଏହାଦ୍ବାରା ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବାବେଳେ ଏହାଦ୍ବାରା କେବଳ ଜଙ୍ଗଲ ପୋଡ଼ି ପାଉଁଶ ହେଉନି ବରଂ ଅଞ୍ଚଳର ଜୈବ ବିବିଧତା ଉପରେ ମଧ୍ୟ ଦୁଷ୍ପ୍ରଭାବ ପକାଉଛି। ଜିଲା ବିଭାଗୀୟ ଉଚ୍ଚସ୍ତରୀୟ କର୍ମଚାରୀ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri