Posted inRasifala

ରାଶିଫଳ: ଶନିବାର , ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ
ଆଜି କେତୁଯୁକ୍ତ ଚନ୍ଦ୍ର ସପ୍ତମସ୍ଥ ଯୋଗୁ ଘର, ପରିବାର, ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତିି। ଯାତ୍ରା, ପ୍ରତିଯୋଗିତା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ନୂତନ କର୍ମାରମ୍ଭ ସକାଶେ ନିଷ୍ପତ୍ତି ନେଇପାରନ୍ତି। ଉପରିସ୍ଥଙ୍କ ଅନୁକମ୍ପା କାର୍ଯ୍ୟ ହାସଲରେ ସାହାଯ୍ୟ କରିବ।
ବୃଷ
ବୃଷ
କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଅନ୍ୟମାନଙ୍କୁ ମନେଇବାକୁ ଚେଷ୍ଟା କରି ସଫଳତା ପାଇବେ। ମନରେ ଉତ୍ତେଜନା ଲାଗିରହିବା ଫଳରେ ଚିଡ଼ିଚିଡ଼ା ମନୋଭାବ ପରିଲକ୍ଷିତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ମାଙ୍ଗଳିକ କାମ ସକାଶେ କୌଣସି ବିଳାସ ଉପକରଣ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ପାପଗ୍ରହ ମଧ୍ୟସ୍ଥ ଶୁକ୍ର ଓ ବୃହସ୍ପତି ଜନିତ ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ। ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା ପାଇଁ ଦିନଟି ବହୁତ ଭଲ। ଅସମର୍ଥତ୍ତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
ରାହୁଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍‌କାମ କରିପାରନ୍ତି। ବିତର୍କଜନିତ ପରିବାରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଋଣ ପରିଶୋଧକୁ କେନ୍ଦ୍ରକରି କରଜଦାତାଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ସି˚ହ
ସି˚ହ
ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ଅନୁକୂଳ ପରିବେଶ ସୃଷ୍ଟିହେବ। ସ୍ବାର୍ଥସାଧନରେ ବିଫଳତାକୁ ନେଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଜମିଜମା କିଣାବିକା ବାବଦରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
ନୀଚାରୋହୀ ବୁଧଜନିତ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପାରିବାରିକ ସ୍ତରରେ ନୀରବଦ୍ରଷ୍ଟା ଭଳି କାମ କରି ପରେ ଚିନ୍ତିତ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସୂଚନା ରହିଛି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
କର୍ମାଧିପ ରାଶିରେ ଥିବାରୁ ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହେବ। ବିଶେଷ ଭ୍ରମଣ କାରଣରୁ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କୌଣସି କାମ ହାସଲ ପାଇଁ ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ। ବିବାଦୀୟ ଘଟଣାରେ ସଫଳତା ବିଳମ୍ବରେ ପାଇବେ।
ବିଛା
ବିଛା
କର୍ମାଧିପ ଅଷ୍ଟମାଧିପତି ଯୁକ୍ତ କାରଣରୁ ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମସ୍ୟା ଭୋଗିବେ। ପଡ଼ୋଶୀଙ୍କ ସହ ମଧୁର ସମ୍ପର୍କ ସାହାଯ୍ୟକାରୀ ହେବ।
ଧନୁ
ଧନୁ
ଶନି ଓ ବୁଧଙ୍କ ସଂଯୋଗ ହେତୁ ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାଂଗଠନିକ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବାର ଆଶଙ୍କା ରହିଛି।
ମକର
ମକର
ଗୁରୁ ସହ ଶୁକ୍ରଙ୍କ ସଂଯୋଗ ହେତୁ ସବୁ ସମୟରେ ପାଖରେ ରହୁଥିବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭାବୁଥିବା କାମଟି ସକାଶେ ସହଯୋଗ ଆଶା ରଖିବେ କିନ୍ତୁ ବନ୍ଧୁଙ୍କୁ କହିପାରିବେ ନାହିଁ। ବିବାଦୀୟ ଘଟଣା ଅପରାହ୍ନେ ସମାଧାନ ହୋଇଯିବାର ଆଶା ରହିଛି।
କୁମ୍ଭ
କୁମ୍ଭ
ବ୍ୟୟାଧିପ ରାଶିସ୍ଥ ଯୋଗୁ ପରିବାରର ଖର୍ଚ୍ଚ ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିବେ। ବିଭିନ୍ନ ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ମୀନମୀନ
ଉଚ୍ଚସ୍ଥ ଶୁକ୍ର ରାଶ୍ୟାଧିପ ସହ ଥିବାରୁ ନୂତନ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ। ବୁଝାମଣା ମାଧ୍ୟମରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ବଡ଼ ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri