ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ରାଜ୍ୟରେ ଜନଜାତି ସମ୍ପ୍ରଦାୟର ଜୀବନ ଜୀବିକା ଓ ଭିତ୍ତିଭୂମିର ବିକାଶ କରିବାକୁ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ’ କାର୍ଯ୍ୟକ୍ରମ ଆରମ୍ଭ କରିବେ। ଏହି ଯୋଜନାରେ ପର୍ଯ୍ୟାୟ କ୍ରମେ ୧୪ ଲକ୍ଷ ୫୦ ହଜାର ଜନଜାତି ପରିବାରକୁ ଚାଷ ଏବଂ ଆନୁଷଙ୍ଗିକ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ। ଏଥିପାଇଁ ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷରୁ ୨୦୨୫-୨୬ ମଧ୍ୟରେ ୫୦୦ କୋଟି ବିନିଯୋଗ କରିବେ। ଏହି ଯୋଜନାରେ ମୋଟ ୧.୫ ଲକ୍ଷରୁ ଊର୍ଦ୍ଧ୍ୱ ଜନଜାତି ପ୍ରତିନିଧିଙ୍କୁ ୨୬ଟି ସମନ୍ବିତ ଜନଜାତି ବିକାଶ ସଂସ୍ଥା (ଆଇଟିଡିଏ) ମାଧ୍ୟମରେ ସହାୟତା ପ୍ରଦାନ କରାଯିବ। ଏଥିସହିତ ଜନଜାତି ହିତାଧିକାରୀଙ୍କ ଆୟ ବଢ଼ାଇବାକୁ ଉନ୍ନତମାନର ମଞ୍ଜି, ସାର ଓ ଜଳସେଚନ ସୁବିଧା କରାଯିବ। ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୮ଟି ପ୍ରସ୍ତାବରେ ମୋହର ମରାଯାଇଛି। ବିଧାନସଭା ଅଧିବେଶନ ଚାଲିବାରୁ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଗୃହକୁ ଅବଗତ କରାଇଛନ୍ତି।
ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଅଧିନିୟମ-୧୯୮୨ ଏବଂ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ନିୟମ-୧୯୯୨ କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏଥିରେ ଅନେକ ତ୍ରୁଟିବିଚ୍ୟୁତି ଥିବାରୁ ରାଜ୍ୟ ସରକାର ଏଥିପାଇଁ ନୂଆ ଆଇନ ଆଣିବେ। ନୂତନ ଆଇନ କାର୍ଯ୍ୟକାରୀ ହେଲେ ବ୍ୟକ୍ତିଗତ ଆପାର୍ଟମେଣ୍ଟ ମାଲିକାନା ପ୍ରଦାନ କରାଯିବ। ପ୍ରସ୍ତାବିତ ଆଇନରେ ସମସ୍ତଙ୍କ ସ୍ବାର୍ଥକୁ ଗୁରୁତ୍ତ୍ୱ ଦେବା ସହ ଆପାର୍ଟମେଣ୍ଟ ମାଲିକଙ୍କ ସମ୍ପର୍କରେ ସ୍ପଷ୍ଟ ବ୍ୟବସ୍ଥା ରହିବ। ଫଳରେ ଆପାର୍ଟମେଣ୍ଟ ମାଲିକାନାକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱ ଦୂର ହୋଇପାରିବ। ସୁବିଧାରେ ଘର ପାଇଁ ରେଜିଷ୍ଟ୍ରେଶନ କରି ହେବ। ବିଲ୍‌ଡରଙ୍କ ସହିତ ମଧ୍ୟ କୌଣସି ସମସ୍ୟା ରହିବ ନାହିଁ। କମନ ଏରିଆ ସହିତ ଜମିର ମାଲିକାନା ଓନର୍‌ ଆସୋସିଏଶନ ନାଁରେ ହିଁ ରହିବ। ଏହାଦ୍ୱାରା ବିଲ୍‌ଡର ଓ ଘର ମାଲିକଙ୍କ ମଧ୍ୟରେ ଲାଗି ରହୁଥିବା ବିବାଦର ଅନ୍ତ ହେବା ସହିତ ଘର କିଣାବିକା ସହଜରେ ହୋଇପାରିବ।
ବର୍ଷେ ହେଲା ବନ୍ଦ ଥିବା ଆପାର୍ଟମେଣ୍ଟ ରେଜିଷ୍ଟ୍ରେଶନ ପାଇଁ ପୁଣି ବାଟ ଫିଟିବ। ସେହିପରି ରାଜ୍ୟରେ ୧୩,୪୨୮ କଣ୍ଟ୍ରୋଲ ଡିଲରମାନଙ୍କର ଲାଇସେନ୍ସ ଅବଧିକୁ ଆଉ ୧ ବର୍ଷ ବୃଦ୍ଧି କରାଯାଇଛି। ଯେଉଁ ଡିଲରମାନଙ୍କ ବିରୋଧରେ କୌଣସି ଅଭିଯୋଗ ନାହିଁ, ସାଧାରଣ ବଣ୍ଟନ ବ୍ୟବସ୍ଥାର ପରିଚାଳନା ପାଇଁ ସେମାନଙ୍କ ଲାଇସେନ୍ସକୁ ୨୦୨୩ ଏପ୍ରିଲ ପହିଲାରୁ ୨୦୨୪ ମାର୍ଚ୍ଚ ୩୧ ଯାଏ ସରକାର ବୃଦ୍ଧି କରିଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି।
ଭାରତ ସରକାରଙ୍କ ଆଇଆରଟିଏସ୍‌ରୁ ମନୋଜ ମିଶ୍ରଙ୍କ ଇସ୍ତଫା ପରେ ରାଜ୍ୟ ସରକାର ତାଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟାର ପ୍ରମୁଖ ଶାସନ ସଚିବ ପାହ୍ୟାରେ ନିଯୁକ୍ତି ଦେଇଛନ୍ତି। ତେବେ ତାଙ୍କ ନିଯୁକ୍ତି ନେଇ ବିରୋଧୀ ଦଳ ଅନେକ ସମୟରେ ଆପତ୍ତି ଉଠାଇ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମନୋଜ ମିଶ୍ରଙ୍କ ପାଇଁ ଏକ ପ୍ରମୁଖ ସଚିବ ପଦବୀ ସୃଷ୍ଟି କରିଛନ୍ତି, ଏହାକୁ କ୍ୟାବିନେଟ ଅନୁମୋଦନ କରିଛି।
ରାଜ୍ୟରେ ସ୍ବଳ୍ପ ସଞ୍ଚୟ କାର୍ଯ୍ୟକ୍ରମକୁ ବ୍ୟାପକ କରାଇବା ଏବଂ ଡିବିଟି ନଗଦବିହୀନ କାରବାର ଓ ଡିଜିଟାଲ ବ୍ୟୟ ବ୍ୟବସ୍ଥାର ବ୍ୟାପକ ପ୍ରଚାର ପ୍ରସାର ପାଇଁ ସ୍ବଳ୍ପ ସଞ୍ଚୟ କ୍ୟାଡର ପୁନର୍ଗଠନ କରାଯିବ। ସେହିପରି ଓଡ଼ିଶା ମୁଖ୍ୟ ବିଭାଗୀୟ ଦପ୍ତର ଅଧିକାରୀ ଓ ସହାୟକ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯିବ। ଏହି ନୂଆ ବ୍ୟବସ୍ଥାରେ ପଦୋନ୍ନତି ମିଳିପାରିବ। ଏହି ଉଭୟ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri