ବିଧାନସଭାରେ ନବ ଝଡ଼

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡକୁ ମାସେରୁ ଊର୍ଦ୍ଧ୍ୱ ସମୟ ବିତିଗଲାଣି। ତଦନ୍ତର ଦିଗ କେଉଁଆଡ଼େ ଯାଉଛି ତାହା ଜଣାପଡୁ ନାହିଁ। ଏ ପର୍ଯ୍ୟନ୍ତ ହତ୍ୟାର କାରଣ ମଧ୍ୟ ଲୋକଲୋଚନକୁ ଆସିପାରିଲା ନାହିଁ। ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ଉପରେ ଭରସା ନାହିଁ। ଏହାର ତଦନ୍ତ ଭାର ସିବିଆଇକୁ ଦିଆଯାଉ ଏବଂ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ଏଭଳି ଦାବି କରି ବିରୋଧୀ କଂଗ୍ରେସ ଓ ଭାଜପା ସଦସ୍ୟମାନେ ବିଧାନସଭାରେ ହୁଲସ୍ଥୂଲ କରିଛନ୍ତି।
ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ତେବେ ଆରମ୍ଭରୁ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ତଦନ୍ତକୁ ନେଇ ବିରୋଧୀ ଦଳ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ବିରୋଧୀଙ୍କ ହୋହଲ୍ଲାରେ ବିଧାନସଭାର ଦିନତମାମ କାର୍ଯ୍ୟକ୍ରମ ବରବାଦ ହୋଇଯାଇଛି। ପ୍ରଶ୍ନୋତ୍ତର, ଶୂନ୍ୟକାଳ, ମୁଲତବୀ ଆଲୋଚନା ବାଏଁ ବାଏଁ ଉଡ଼ିଯାଇଛି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଭିନ୍ନ ପର୍ଯ୍ୟାୟରେ ଗୃହକୁ ଆସନ୍ତା ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ ଯାଏ ମୁଲତବୀ ଘୋଷଣା କରିଛନ୍ତି।
ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ ମିନିଟରେ ବିଧାନସଭା ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ପ୍ରଶ୍ନକାଳ ଆରମ୍ଭ କରିବା ମାତ୍ରେ କଂଗ୍ରେସ ସଦସ୍ୟମାନେ ଆଇନ ଶୃଙ୍ଖଳା, ନବ ଦାସ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ। ଭାଜପା ସଦସ୍ୟମାନେ ମଧ୍ୟ ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରି ହୋହଲ୍ଲା କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ବାଚସ୍ପତି ବିରୋଧୀ ଦଳ ସଭ୍ୟମାନଙ୍କୁ ଅନୁରୋଧ କରିଥିଲେ। ତେବେ ଏହାର ପ୍ରଭାବ ସେମାନଙ୍କ ଉପରେ ଆଦୌ ପଡ଼ି ନ ଥିଲା। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କୁ ବିଜେଡି ସଭ୍ୟ ପ୍ରଦୀପ କୁମାର ଦିଶାରୀଙ୍କ ପ୍ରଶ୍ନ ନଂ. ୨୮୧ର ଉତ୍ତର ଦେବାକୁ ଡାକିଥିଲେ। ପ୍ରଶ୍ନ ଥିଲା, କଳାହାଣ୍ଡି ଜିଲାରେ କେତୋଟି ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଅନୁମୋଦନ କରିଛନ୍ତି। ଏଥିପାଇଁ କେତେ ଟଙ୍କାର ନିବେଶ ପ୍ରସ୍ତାବ ରହିଛି। ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀରେ ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି। ମନ୍ତ୍ରୀ ଉତ୍ତରରେ କହିଥିଲେ, କଳାହାଣ୍ଡି ଜିଲାରେ ୮ଟି ବୃହତ୍‌ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟସ୍ତରୀୟ ସିଙ୍ଗଲ୍‌ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ଅନୁମୋଦନ କରିଛନ୍ତି। ଲାଞ୍ଜିଗଡ଼ରେ ଇଣ୍ଡଷ୍ଟ୍ର୍ରିଆଲ ପାର୍କ ପ୍ରତିଷ୍ଠା ପାଇଁ ବର୍ତ୍ତମାନ କୌଣସି ବ୍ୟବସ୍ଥା ନାହିଁ। ଅନ୍ୟପକ୍ଷରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ଗୃହକୁ ୧୦ଟା ୩୨ରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୩୦ ମିିନିଟରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣି ବିରୋଧୀ ଦଳ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ। ହଟ୍ଟଗୋଳ ମଧ୍ୟରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ବିଷୟରେ ଗୃହରେ ଘୋଷଣା କରିଥିଲେ। ଏହା ପରେ ଗୃହ ସ୍ବାଭାବିକ ନ ହେବାରୁ ବାଚସ୍ପତି ଗୃହକୁ ୧୧ଟା ୩୭ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଥିଲା। ବାଚସ୍ପତି ଗୃହକୁ ସ୍ବାଭାବିକ କରିବାକୁ ସର୍ବଦଳୀୟ ବୈଠକ ଡାକିଥିଲେ। ତେବେ ସର୍ବଦଳୀୟ ବୈଠକରେ କୌଣସି ସହମତି ହୋଇପାରି ନ ଥିଲା। ବିରୋଧୀ କଂଗ୍ରେସ ଓ ଭାଜପା ସଦସ୍ୟମାନେ ପୁଣି ହୋହଲ୍ଲା କରିଥିଲେ। ହଟ୍ଟଗୋଳ ମଧ୍ୟରେ ଗୃହରେ ବିଭିନ୍ନ ବିଭାଗର ପେପର ଉପସ୍ଥାପନ କରାଯାଇଥିଲା। ହୋହଲ୍ଲା ନ କମିବାରୁ ବାଚସ୍ପତି ବାଧ୍ୟ ହୋଇ ଗୃହକୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିିନିଟ ଯାଏ ମୁଲତବୀ ଘୋଷଣା କରିଛନ୍ତି।
ଗୃହ ଅଚଳ ନେଇ ଶାସକ ଦଳ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ବିଜେଡି ବିଧାୟକ ନୃସିଂହ ସାହୁ କହିଛନ୍ତି, ଯେଉଁ ପ୍ରସଙ୍ଗରେ ଗୃହରେ ଆଲୋଚନା ହୋଇଛି ସେ ନେଇ ଗୃହରେ ଦାବି କରିବା ଉଚିତ ନୁହେଁ। ପାଟିତୁଣ୍ଡ ଯୋଗୁ ଆମେ ଆମର ନିର୍ବାଚନମଣ୍ଡଳୀ ସମସ୍ୟା ବିଷୟ ଉତ୍‌ଥାପନ କରିପାରୁନାହୁଁ। ଅଯଥା ପ୍ରସଙ୍ଗରେ ଗୃହରେ ନାରାବାଜି ଯୋଗୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri