ସରିଲା ଭିଜିଲାନ୍ସର ୨ ଦିନିଆ ରିମାଣ୍ଡ

ଭବାନୀପାଟଣା,୧୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଇଓ ଅଫିସ ଏକ୍ସକ୍ୟାଡ଼ର ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ବାବଦ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣାର ମୁଖ୍ୟ ଅଭିଯୁକ୍ତ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆରଙ୍କୁ ଗୁରୁବାରଠାରୁ ୨ଦିନିଆ ରିମାଣ୍ଡରେ ନେଇଥିଲା କଳାହାଣ୍ଡି ଭିଜିଲାନ୍ସ ବିଭାଗ। ଶୁକ୍ରବାର ରିମାଣ୍ଡ ଶେଷ ହେବା ପରେ ପୁଣି ଜେଲ ଯାଇଛନ୍ତି ଅଭିଯୁକ୍ତ ଶୁଚିସ୍ମିତା। ଅଭିଯୁକ୍ତ ସୁଆରଙ୍କୁ ଭିଜିଲାନ୍ସ କାର୍ଯ୍ୟାଳୟରେ ରିମାଣ୍ଡ ସମୟରେ ବିଭିନ୍ନ ଦିଗ ନେଇ ଜେରା କରାଯାଇଛି। ଅନେକ ବଡ଼ବଡ଼ ଅଧିକାରୀ ଏହି ଅର୍ଥ ଆତ୍ମସାତ ମାମଲାରେ ଜଡିତ ଥିବା ସନ୍ଦେହ କରାଯାଉଥିବା ବେଳେ ଅଭିଯୁକ୍ତ ଅଧିକାରୀଙ୍କ ଏକ ଲମ୍ବା ତାଲିକା ଭିଜିଲାନ୍ସକୁ ଦେଇଥିବା ଜଣାପଡିଛି। ସୁଚିସ୍ମିତାଙ୍କୁ ଜେରା କରିବା ପରେ ଅପରାହ୍ନରେ ତାଙ୍କର ଭବାନୀପାଟଣା ଇରିଗେଶନ କଲୋନୀ ୧୫ ନଂ ଲାଇନରେ ଥିବା ୪ମହଲା କୋଠା ଘରେ ଯାଞ୍ଚ କରାଯାଇଥିଲା। ପୂର୍ବରୁ ଭିଜିଲାନ୍ସ ବିଭାଗ ଉକ୍ତ କୋଠା ସିଲ କରିଥିଲା। ଭିଜିଲାନ୍ସ ବିଭାଗ ଡିଏସପି ସଦାନନ୍ଦ ପାଣିଙ୍କ ନେତୃତ୍ୱରେ ଏକ ଟିମ ଅଭିଯୁକ୍ତଙ୍କ ମା’ଙ୍କ ଉପସ୍ଥିତିରେ ସିଲ ଖୋଲି ଘର ଛାନଭିନ କରିଥିଲା। ଭିଜିଲାନ୍ସ ଟିମ ପଶିବା ପୂର୍ବରୁ ଘରେ କେହି ବିଭିନ୍ନ ସାମଗ୍ରୀ ଫିଙ୍ଗା ଫୋପଡା କରିଥିବା ଦେଖିବାକୁ ମିଳିଥିଲା। ତେବେ ଘର ଆଲମିରାରୁ ଶୁଚିସ୍ମିତା ଓ ତାଙ୍କ ମା’ଙ୍କ ନାମରେ ଥିବା ବ୍ୟାଙ୍କ ଜମାଖାତା ଓ ଖଟ ତଳୁ କ୍ୟାସ ବୁକ, ଚେକବୁକ ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ବିଭାଗ ହାତରେ ଲାଗିଥିବା ଜଣାପଡିଛି। ଏ ସଂକ୍ରାନ୍ତରେ ଭିଜିଲାନ୍ସ ଡିଏସପି ସଦାନ୍ଦନ ପାଣିଙ୍କୁ ପଚରାଯିବାରୁ ସେ କହିଛନ୍ତି, ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନିଆଯାଇଥିଲା। ତାଙ୍କ ନାଁରେ ବିଇଓ କାର୍ଯ୍ୟାଳୟର ୨ କୋଟି ୫୬ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗର ତଦନ୍ତ ଜାରି ରହିଛି ବୋଲି କହିଥିଲେ। ସୂଚନା ଯୋଗ୍ୟ ଯେ, ଭବାନୀପାଟଣା ବିଇଓ ଅଫିସ ଆକାଉଣ୍ଟାଣ୍ଟ ସୁଚିସ୍ମିତା ଏକ୍ସକ୍ୟାଡର ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ସରକାରୀ ଅର୍ଥ ନିଜ ଆକାଉଣ୍ଟକୁ ଟ୍ରାନ୍ସଫର କରି ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଭବାନୀପାଟଣା ଟାଉନ ଥାନାରେ ସ୍ଥାନୀୟ ବିଇଓ ଅଭିଯୋଗ ପରେ ଗିରଫ ଭୟରେ ୨୦୨୨ ଅକ୍ଟୋବର ୬ରେ ଶୁଚିସ୍ମିତା ଫେରାର୍‌ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ଜିଲା ଶିକ୍ଷା ବିଭାଗ ଥାନାରେ ଅଭିଯୋଗ କରିଥିଲା। ଏହି ଘଟଣାରେ ଭିଜିଲାନ୍ସ ବିଭାଗ ନିଜ ଆଡୁ ମାମଲା ରୁଜୁ କରି ଶିକ୍ଷା ବିଭାଗର ଜଣଙ୍କ ପରେ ଜଣେ ଅଧିକାରୀଙ୍କୁ ଜେରା କରିଥିଲା। ଦୀର୍ଘ ୫ ମାସ ପରେ ଗତ ମାସରେ ଶୁଚିସ୍ମିତା ଭବାନୀପାଟଣା ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri