Posted inଜାତୀୟ

ଶ୍ରୀଲଙ୍କାର ୪୦ ଲକ୍ଷ ପିଲାଙ୍କୁ ଭାରତ ଦେଇଛି ପାଠ୍ୟ ପୁସ୍ତକ…

ନୂଆଦିଲ୍ଲୀ,୧୨।୩ : ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ୪୦ ଲକ୍ଷରୁ ଅଧିକ ପିଲାଙ୍କୁ ଭାରତ ଦେଇଥିବା ଆର୍ଥିକ ସାହାଯ୍ୟରେ ପାଠ୍ୟ ପୁସ୍ତକ ଯୋଗାଇ ଦିଆଯାଇଛି। ଶ୍ରୀଲଙ୍କାରେ ଅବସ୍ଥାପିତ ଭାରତର ହାଇ କମିଶନର ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ଛାତ୍ରଙ୍କ ପାଇଁ ପାଠ୍ୟ ପୁସ୍ତକ ଛାପିବା ପାଇଁ ଭାରତ ଦେଇଥିବା ଶ୍ରୀଲଙ୍କା ୧ ବିଲିୟନ ଡଲାର ମଧ୍ୟରୁ ୧ କୋଟି ଡଲାର ବ୍ୟବହାର କରିଛି। ଗତ ବର୍ଷ ଶ୍ରୀଲଙ୍କାକୁ ଭାରତ ପ୍ରାୟ ତିନି ବିଲିୟନ ଡଲାର ଦେଇଥିଲା। ଏହି ସହାୟତାରେ ନଗଦ ୧ ବିଲିୟନ ଡଲାର ଋଣ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି ।

ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି ଯେ ସମସ୍ତ ପ୍ରକାର କଠିନ ପରିସ୍ଥିତିରେ ଭାରତ ଶ୍ରୀଲଙ୍କା ସହିତ ଛିଡା ହୋଇଛି। ଖାଦ୍ୟ, ଇନ୍ଧନ, ଔଷଧ, ଶିଳ୍ପର କଞ୍ଚାମାଲ ଇତ୍ୟାଦି ଆମଦାନୀ ପାଇଁ ଭାରତ ଶ୍ରୀଲଙ୍କାକୁ ଏହି ଋଣ ଦେଇଥିଲା। ଏହି ଋଣ ରାଶି ସହିତ ଭାରତରୁ କାଗଜ ଏବଂ ମୁଦ୍ରଣ ସାମଗ୍ରୀ କ୍ରୟ କରି ଶ୍ରୀଲଙ୍କା ବିଦ୍ୟାଳୟର ୪୦ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ ପାଇଁ ପୁସ୍ତକ ମୁଦ୍ରଣ କରିଛି। ଭାରତ ଏପର୍ଯ୍ୟନ୍ତ ଶ୍ରୀଲଙ୍କାକୁ ମୋଟ ଋଣ ସୁବିଧା ୪ ବିଲିୟନ ଡଲାରକୁ ବୃଦ୍ଧି କରିଛି। ଏହା ଅନ୍ତର୍ଗତ ଶ୍ରୀଲଙ୍କା ଭାରତରୁ ପେଟ୍ରୋଲିୟମ, ସାର ଏବଂ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ କିଣିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri