Posted inଜାତୀୟ

ଇଡି-ସିବିଆଇ କାର୍ଯ୍ୟାନୁଷ୍ଠାନକୁ ନେଇ ଗୃହ କମ୍ପିବ

ନୂଆଦିଲ୍ଲୀ, ୧୩ା୩ :ପାର୍ଲାମେଣ୍ଟ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାର ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ଆର୍ଥତ୍କ ବିଧେୟକଗୁଡ଼ିକୁ ଗୃହୀତ କରାଇବା ଉପରେ ସରକାର ପ୍ରାଥମିକତା ଦେବେ। ଅନ୍ୟପକ୍ଷରେ ଆଦାନି ଗ୍ରୁପ୍‌ ବିରୋଧରେ ଅଭିଯୋଗ, ବିରୋଧୀ ନେତାଙ୍କ ବିରୋଧରେ ଭାଜପା କେନ୍ଦ୍ରୀୟ ସଂସ୍ଥାର ଦୁରୁପଯୋଗ କରୁଥିବା ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ଘେରିବେ ବୋଲି କୁହାଯାଉଛି। ଆଦାନି-ହିଣ୍ଡେନବର୍ଗ ପ୍ରସଙ୍ଗକୁ ନେଇ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ହଟ୍ଟଗୋଳରେ ଶେଷ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ପାର୍ଲାମେଣ୍ଟର ଉଭୟ ଗୃହ ପାଇଁ ରଣନୀତି ପ୍ରସ୍ତୁତି ଲାଗି ସୋମବାର ସକାଳେ ବିରୋଧୀ ଦଳଗୁଡ଼ିକ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଫିସରେ ବୈଠକରେ ବସିବେ। ଆଦାନି-ହିଣ୍ଡେନ୍‌ବର୍ଗ ପ୍ରସଙ୍ଗରେ କଂଗ୍ରେସ ସରକାରଙ୍କଠାରୁ ଜବାବ ଦାବିରେ ହଟ୍ଟଗୋଳ ଜାରି ରଖିବ ବୋଲି ଏହାର ନେତା କେ. ସୁରେଶ କହିଛନ୍ତି। ଏହି ମାମଲାର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଯାଉ ବୋଲି ମୁଖ୍ୟ ବିରୋଧୀ ଦଳ ଦାବି କରିଆସୁଛି।

କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିକଟରେ ଅନେକ ବିରୋଧୀ ନେତାଙ୍କ ଘର ଉପରେ ଚଢ଼ାଉ କରିବା ସହ କେତେଜଣଙ୍କୁ ଜେରା କରିଛି। ବିଭିନ୍ନ ମାମଲାରେ କେତେଜଣ ନେତା ଗିରଫ ହୋଇଛନ୍ତି। ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ବିରୋଧୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ଦୁରୁପଯୋଗ କରୁଥିବା ନେଇ ଉଭୟ ଗୃହରେ ଜୋର୍‌ଦାର ସ୍ବର ଉତ୍ତୋଳନ କରାଯିବ ବୋଲି ବିଭିନ୍ନ ଦଳ ପକ୍ଷରୁ କୁହାଯାଇଛି। ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘଓ୍ବାଲଙ୍କ ସୂଚନା ଅନୁଯାୟୀ ସରକାର ଆର୍ଥତ୍କ ବିଲ୍‌ ଗୃହୀତ କରାଇବା ଉପରେ ସର୍ବାଧିକ ପ୍ରାଥମିକତା ଦେବେ।

ଏହା ବ୍ୟତୀତ ରେଲଓ୍ବେ, ପଞ୍ଚାୟତିରାଜ, ପର୍ଯ୍ୟଟକ, ସଂସ୍କୃତି ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟଗୁଡ଼ିକର ଅନୁଦାନ ଦାବି ଉପରେ ଆଲୋଚନା ହେବ। ପରେ ବିରୋଧୀମାନଙ୍କ ଦାବିକୁ ବିଚାରକୁ ନିଆଯିବ ବୋଲି ମେଘଓ୍ବାଲ କହିଛନ୍ତି। ସୋମବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅତିରିକ୍ତ ଅନୁଦାନ ଦାବି ଉପସ୍ଥାପନ କରିବା ସହ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ବଜେଟ ଉପସ୍ଥାପନ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri