Posted inଜାତୀୟ

ମନ୍ତ୍ରୀ-ବିଧାୟକଙ୍କର ଦରମା ବଢ଼ିଲା, ମନ୍ତ୍ରୀଙ୍କର ଲକ୍ଷେ ୭୦ ହଜାର-ବିଧାୟକଙ୍କର ୯୦ ହଜାର…

ନୂଆଦିଲ୍ଲୀ,୧୩।୩ : ଦିଲ୍ଲୀର ମନ୍ତ୍ରୀ ଏବଂ ବିଧାୟକଙ୍କ ଦରମା ବୃଦ୍ଧି କରାଯାଇଛି। ବର୍ତ୍ତମାନ ବିଧାୟକମାନେ ପ୍ରତି ମାସରେ ୯୦ ହଜାର ଟଙ୍କା ପାଇବେ। ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଦରମା ବର୍ତ୍ତମାନ ମାସକୁ ଏକ ଲକ୍ଷ ୭୦ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ଜୁଲାଇ ୨୦୨୨ରେ ଦିଲ୍ଲୀ ବିଧାନସଭା ବିଧାୟକ ଏବଂ ମନ୍ତ୍ରୀଙ୍କ ଦରମା ବୃଦ୍ଧି ପାଇଁ ଏକ ପ୍ରସ୍ତାବ ପାରିତ କରିଥିଲା। ଏହି ପ୍ରସ୍ତାବ ପାଇଁ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇବା ପରେ ଦିଲ୍ଲୀ ସରକାରଙ୍କ ଆଇନ ବିଭାଗ ଦରମା ବୃଦ୍ଧି ପାଇଁ ବିଜ୍ଞପ୍ତି ଜାରି କରିଛି।

ବିଧାୟକଙ୍କ ଦରମା ୬୬.୬୬ ପ୍ରତିଶତ ବୃଦ୍ଧିପାଇ ୫୪ ହଜାରରୁ ୯୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସରକାରୀ ମନ୍ତ୍ରୀମାନେ ବର୍ତ୍ତମାନ ପର୍ଯ୍ୟନ୍ତ ୭୨ ହଜାର ଟଙ୍କା ପାଉଥିଲେ। ଏବେ ସେମାନଙ୍କର ଦରମାରେ ୧୩୬.୧୧ ପ୍ରତିଶତ ବୃଦ୍ଧି କରାଯାଇ ୧.୭୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ୨୦୧୧ ପରଠାରୁ ପ୍ରଥମ ଥର ପାଇଁ ବିଧାୟକ ଏବଂ ମନ୍ତ୍ରୀଙ୍କ ଦରମା ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri