Posted inଖେଳ

ଲଗାତର ଦ୍ୱିତୀୟଥର ପାଇଁ ଡବ୍ଲ୍ୟୁଟିସି ଫାଇନାଲ୍‌ରେ ଭାରତ

ଅହମ୍ମଦାବାଦ୍‌,୧୩।୩: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି ଭାରତ। ଲଗାତର ଦ୍ୱିତୀୟ ଥର ପାଇଁ ଭାରତ ଏହି ଉପଲବ୍ଧି ହାସଲ କରିଛି। ଶ୍ରୀଲଙ୍କା ବିପକ୍ଷରେ ନ୍ୟୁଜିଲାଣ୍ଡର ରୋମାଞ୍ଚକର ବିଜୟ ସହିତ ଫାଇନାଲରେ ଭାରତର ସ୍ଥାନ ନିଶ୍ଚିତ ହୋଇଛି। ଅଷ୍ଟ୍ରେଲିଆ ଫାଇନାଲରେ ପହଞ୍ଚି ସାରିଛି।
ଲଗାତର ଦ୍ୱିତୀୟ ଥର ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିଛି ଭାରତ। ଗତ ଥର ୨୦୨୧ରେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ପରାସ୍ତ ହୋଇଥିଲେ। ଏଥର ନ୍ୟୁଜିଲାଣ୍ଡ ତାଙ୍କୁ ଫାଇନାଲରେ ପହଞ୍ଚିବାରେ ସାହାଯ୍ୟ କରିଛି। ଏଥର ଟିମ ଇଣ୍ଡିଆ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ବର୍ତ୍ତମାନ ଦୁଇ ଦଳ ମଧ୍ୟରେ ଏକ ଚାରି ଟେଷ୍ଟ ସିରିଜ ଖେଳାଯାଉଛି। ଏଥିରେ ଭାରତ ୨-୧ରେ ଆଗରେ ରହିଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନଶିପର ଫାଇନାଲ ଜୁନ ୭ ରୁ ୧୧ ପର୍ଯ୍ୟନ୍ତ ଇଂଲଣ୍ଡର ଓଭାଲ ଷ୍ଟାଡିୟମରେ ଖେଳାଯିବ।
ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ଶ୍ରୀଲଙ୍କା ୩୫୫ ରନ ସଂଗ୍ରହ କରିଥିଲା। ଏଥି ସହିତ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୩୭୩ ରନ ସଂଗ୍ରହ କରିଥିଲା। ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୧୮ ରନ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ ଇନିଂସରେ ଶ୍ରୀଲଙ୍କା ୩୦୨ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ ଇନିଂସରେ ଜିତିବା ପାଇଁ ନ୍ୟୁଜିଲାଣ୍ଡ ୨୮୫ ରନ ଲକ୍ଷ୍ୟ ହାସଲ କରିଥିଲା। କେନ ୱିଲିୟମସନଙ୍କ ଶତକ ଯୋଗୁ ଶ୍ରୀଲଙ୍କା ମ୍ୟାଚର ପଞ୍ଚମ ତଥା ଅନ୍ତିମ ଦିନର ଶେଷ ବଲରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri