୧୦ଟା ପରେ ଜେରକ୍ସ ଦୋକାନ ଖୋଲିବାକୁ ନିର୍ଦ୍ଦେଶ

ଆନନ୍ଦପୁର,୧୪ା୩(ସ୍ବ.ପ୍ର.): ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ସମ୍ଭାବ୍ୟ ପ୍ରଶ୍ନର ଉତ୍ତର କପି ମାଇକ୍ରୋ ଜେରକ୍ସ ମାଧ୍ୟରେ ଦିଆଯାଉଥିବା ଅଭିଯୋଗକୁ ଆଧାର କରି ସୋମବାର ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀ, ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା ବିଭିନ୍ନ ପରୀକ୍ଷା କେନ୍ଦ୍ର ପରିଦର୍ଶନ ପୂର୍ବକ ନିକଟରେ ଥିବା ଜେରକ୍ସ ଦୋକାନ ୧୦ଟା ପରେ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ସ୍ବତନ୍ତ୍ର ନୋଟିସ୍‌ ଜାରି ହୋଇଛି।
ଉପଜିଲାପାଳ ଓ ଏସ୍‌ଡିପିଓ ଆନନ୍ଦପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଆନନ୍ଦପୁର ବିଏନ ହାଇସ୍କୁଲ କେନ୍ଦ୍ର ପରିଦର୍ଶନ କରିବା ସମୟରେ ନିକଟରେ ଥିବା ଏକ ଜେରକ୍ସ ଦୋକାନ ଉପରେ ଚଢ଼ାଉ କରିଥିଲେ। ପରୀକ୍ଷା ସମ୍ପର୍କିତ ଆପତିଜନକ ସାମଗ୍ରୀ ଦେଖିବା ପରେ ଦୋକାନୀକୁ କିଛି ଘଣ୍ଟା ଥାନାରେ ଅଟକ ରଖାଯାଇଥିଲା। ମାଟ୍ରିକ ପରୀକ୍ଷାର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି ପରୀକ୍ଷା ଚାଲିଥିବା ପର୍ଯ୍ୟନ୍ତ ଅର୍ଥାତ୍‌ ୨୦ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ପରୀକ୍ଷା କେନ୍ଦ୍ରର ଦୁଇ କି.ମି ଦୂରରେ ଥିବା ଜେରକ୍ସ ଦୋକାନୀ ସକାଳ ୧୦ଟା ପରେ ଦୋକାନ ଖୋଲିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଉପଜିଲାପାଳ ଓ ଉପଖଣ୍ଡ ମାଜିଷ୍ଟ୍ରେଟଙ୍କ ଦ୍ୱାରା ୨୦ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ନୋଟିସ୍‌ ଜାରି କରାଯାଇଛି। ନିୟମ ଉଲ୍ଲଘଂନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲାପାଳ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଓଡ଼ିଶାରେ ‘ବାଙ୍ଗଲାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri