ଦମ୍ପତିଙ୍କ ନାମରେ ମାମଲା, ସ୍ବାମୀ ଗିରଫ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସହରସ୍ଥିତ ଏକ ବ୍ୟାଙ୍କରେ ଥିବା ଟାଉନ ପ୍ଲାନିଂ ଅଞ୍ଚଳର ଶୁକଦେବ ନାୟକଙ୍କ ଫିକ୍ସଡ୍‌ ଡିପୋଜିଟ୍‌କୁ ଚଞ୍ଚକତା କରି ଭାଙ୍ଗି ୩୭ ଲକ୍ଷ ଟଙ୍କା ଉଠାଇ ନିଆଯାଇଥିବା ଘଟଣାରେ କଟକ ଜିଲା ଆଠଗଡ ଥାନା ଅଞ୍ଚଳର ମନୋଜ କୁମାର ସାହୁ ଓ ତାଙ୍କ ସ୍ତ୍ରୀଙ୍କ ନାମରେ ଢେଙ୍କାନାଳ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ତଦନ୍ତ କରି ଅଭିଯୁକ୍ତ ମନୋଜଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କ ସ୍ତ୍ରୀ ଅସୁସ୍ଥ ଥିବାରୁ ତାଙ୍କୁ ଗିରଫ କରାଯାଇ ନ ଥିବା ଜଣାପଡିଛି।
ପୋଲିସ କହିଛି, ମନୋଜଙ୍କ ସ୍ତ୍ରୀ ପୂର୍ବରୁ ଢେଙ୍କାନାଳର ଉକ୍ତ ବ୍ୟାଙ୍କ ଶାଖାରେ ସହକାରୀ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ସେ ଆଉ ଉକ୍ତ ପଦବୀରେ ନାହାନ୍ତି। ସେହି ବ୍ୟାଙ୍କରେ ଶୁକଦେବ ନାୟକଙ୍କ ୩୭ ଲକ୍ଷ ଟଙ୍କା ଫିକ୍ସଡ୍‌ ଡିପୋଜିଟ୍‌ ରହିଥିଲା। ଏହି ଫିକ୍ସଡ୍‌ ଡିପୋଜିଟକୁ ଭାଙ୍ଗି ମନୋଜ ଓ ତାଙ୍କ ସ୍ତ୍ରୀ ୩୭ ଲକ୍ଷ ଟଙ୍କା ନେଇଯାଇଥିଲେ। ଏଥିସହିତ ଅନ୍‌ଲାଇନରେ ମଧ୍ୟ ଠକେଇ କରି ୩୦ ଲକ୍ଷ ଟଙ୍କା ଋଣ ନେଇଥିଲେ। ଏହି ଋଣ ବାବଦକୁ ୨୬ଲକ୍ଷ ଟଙ୍କା ଶୁଝିବା ପରେ ୨ମାସ ହେଲା ଉଭୟଙ୍କ ପତ୍ତା ମିଳୁ ନ ଥିଲା। ଏ ସଂକ୍ରାନ୍ତରେ ଟାଉନ ଥାନାରେ ନଂ. ୧୩୮ା୨୩ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri