ନିମ୍ନମାନର ରାସ୍ତା କାମ କରି ଅର୍ଥ ହଡପ ଅଭିଯୋଗ

ମାଥିଲି,୧୪ା୩ (ଡି.ଏନ.ଏ.):ଗ୍ରାମକୁ ରାସ୍ତା ହେଲେ ଗ୍ରାମର ବିକାଶ ହେବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ବହୁ କୋଟି ଅର୍ଥ ଖର୍ଚ୍ଚ କରୁଛନ୍ତି। ଜିଲା ପ୍ରଶାସନ ମଧ୍ୟ ଗ୍ରାମାଞ୍ଚଳର ବିକାଶ ଦିଗରେ ଗୁରୁତ୍ୱ ଦେଉଛନ୍ତି । ମାତ୍ର କେତେକ ଅଧିକାରୀଙ୍କ ମନମୁଖି କାର୍ଯ୍ୟ ଯୋଗୁ ଲୋକେ ଏଥିରୁ ସୁଫଳ ପାଉନାହାନ୍ତି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ପୂଜାରୀଗୁଡା ଗ୍ରାମରେ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଗ୍ରାମରେ ହୋଇଥିବା ରାସ୍ତାକାମ ଅତି ନିମ୍ନମାନର ହୋଇଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି। ଯନ୍ତ୍ରୀ, ଠିକାଦାରଙ୍କ ସଲାସୁତରାରେ ଯେନତେନ ପ୍ରକାରେ କାମ କରି ଅର୍ଥ ହଡପ କରାଯାଇଛି। ମାଥିଲି ବ୍ଲକ ଉଦୁଲିବାଡା ପଞ୍ଚାୟତର ପୂଜାରିଗୁଡା ଗ୍ରାମରେ ଜୟପୁର-ବାଲିମେଳା ଯାଇଥିବା ମୁଖ୍ୟ ରାସ୍ତାରୁ ପୂଜାରିଗୁଡ଼ା ଗ୍ରାମକୁ ରାସ୍ତା ନିର୍ମାଣ ହୋଇଛି । ମାତ୍ର ନିର୍ମାଣର ଦୁଇ ମାସ ନ ପୂରୁଣୁ ରାସ୍ତାରୁ ପିଚୁ ଉଠିଗଲାଣି। ରାସ୍ତା ଖାଲଖମାରେ ପରିଣତ ହେଲାଣି। ଲୋକେ ଯାତାୟାତ ସମୟରେ ସମସ୍ୟା ଭୋଗୁଛନ୍ତି। ବର୍ଷା ଦିନ ଆସିଲେ ଦୁର୍ଦ୍ଦଶା ବଳିପଡିବ ବୋଲି ଗ୍ରାମବାସୀ କହିଛନ୍ତି। କୌଣସି ଦିନ ନିର୍ମାଣ ସ୍ଥଳକୁ ନ ଯାଇ ଅଫିସରେ ବସି ବିଭାଗୀୟ ଯନ୍ତ୍ରୀ କାଗଜ ପତ୍ରରେ କାମ ତଦାରଖ କରୁଛନ୍ତି। ରାସ୍ତା କାମ ନେଇ ଯଦି ଲୋକେ ମୁହଁ ଖୋଲୁଛନ୍ତି ତେବେ ସେମାନଙ୍କୁ ଧମକଚମକ ମିଳୁଛି ବୋଲି କେତେ ଜଣ ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ କନିଷ୍ଠଯନ୍ତ୍ରୀ ରାଜେନ୍ଦ୍ର ମହାକୁଡଙ୍କୁ ପଚାରିବାରୁ ସେ କହିଲେ, ସ୍ପଟ ଉପରକୁ ଯାଇ ତଦାରଖ କରିବି। ଯଦି କିଛି ଅନିୟମିତତା ହୋଇଥିବ ତେବେ ତାହାକୁ ମରାମତି କରି କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri