Posted inଜାତୀୟ

ମୋଦିଙ୍କ ସୁରକ୍ଷାରେ ତ୍ରୁଟି ମାମଲା: ପଞ୍ଜାବର ୯ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୪।୩: ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖାଦେଇଥିଲା। ଏହି ମାମଲାରେ ବର୍ତ୍ତମାନ ୯ଜଣ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିସ୍ତୃତ ଯାଞ୍ଚ ପରେ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ଗତ ବର୍ଷ ପଞ୍ଜାବ ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚାର ପାଇଁ ଯାଇଥିଲେ। ସେତେବେଳେ କୃଷକମାନେ ତାଙ୍କ କାରକେଡ୍‌କୁ ରାସ୍ତା ମଝିରେ ଅଟକାଇ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା କ୍ଷେତ୍ରରେ ଏହା ଏକ ପ୍ରମୁଖ ତ୍ରୁଟି ବୋଲି କୁହାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ କାରକେଡ ପ୍ରାୟ ୨୦ ମିନିଟ ଧରି ଫସି ରହିଥିଲା। ତତ୍କାଳୀନ ଚନ୍ନି ସରକାର ଦାବି କରିଥିଲେ ଯେ, ଶେଷ ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀଙ୍କ ମାର୍ଗ ବଦଳାଯାଇଥିଲା। ଅନ୍ୟପଟେ ଭାଜପା କଂଗ୍ରେସ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଥିଲା। ବର୍ତ୍ତମାନ ସମାନ ମାମଲାରେ ୯ଜଣ ପୋଲିସ କର୍ମଚାରୀଙ୍କୁ ଦଣ୍ଡ ଦିଆଯାଇଛି। ତତ୍କାଳୀନ ମୁଖ୍ୟ ଶାସନ ସଚିବ ଅନିରୁଦ୍ଧ ତିୱାରୀ, ପଞ୍ଜାବର ଡିଜିପି ଏସ୍‌ ଚଟ୍ଟୋପାଧ୍ୟାୟ, ଏସ୍‌ଏସ୍‌ପି ହରମନଦୀପ ସିଂ, ତତ୍କାଳୀନ ଡେପୁଟି ଆଇଜି ସୁରଜିତ ସିଂ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସୂଚନା ମୁତାବକ, ଅବସରପ୍ରାପ୍ତ ଜଷ୍ଟିସ ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ୫ଜଣ ସଦସ୍ୟଙ୍କ ଏକ କମିଟି ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri