ଚାଷ ପାଇଁ ଚାଷୀ ନଡ଼ାରେ ନିଅଁା ଲଗାଇ ଦେଉଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ସାଟେଲାଇଟ ଚିତ୍ର କହୁଛି, କେବଳ ଜଙ୍ଗଲରେ ନିଆଁ ଲାଗୁନି, ଅନେକ ସ୍ଥାନରେ ଚାଷୀମାନେ ଉନ୍ନତମାନର ଚାଷ କରିବା ପାଇଁ ଧାନ କାଟିବା ପରେ ବିଲରେ ବଳକା ନଡ଼ାରେ ନିଆଁ ଲଗାଇ ଦେଉଛନ୍ତି। ଆଧୁନିକ ଜ୍ଞାନକୌଶଳରେ ନିଆଁକୁ ଆୟତ୍ତ କରାଯାଉଛି। ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ବନ ସୁରକ୍ଷା ସମିତିର ସହଯୋଗ ନିଆଯାଉଛି। ମଙ୍ଗଳବାର ବିଧାନସଭା ପ୍ରଶ୍ନକାଳରେ କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି।
ମୂଳ ପ୍ରଶ୍ନକର୍ତ୍ତା ପଚାରିଥିଲେ, ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଘଟିବା ଦ୍ୱାରା ଫେବୃୟାରୀ ମାସରେ ଅସମ୍ଭବ ତାତି। ଆଗାମୀ ଦିନରେ ଯାହା ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ କ’ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଚାରିଆଡ଼େ ଜଙ୍ଗଲ ଜଳୁଛି। ଲିଭାଇଲଣି। ବିଧାୟକଙ୍କ ପାଇଁ ଘର କରୁଛ। ଗଛ କାଟିଲ, କେତେ ଗଛ ଲାଗିଛି। ତିନିଗୁଣା ଗଛ କେବେ ସୁଦ୍ଧା ଲଗାଇବେ। ଭାଜପା ସଭ୍ୟ କୁସୁମ ଟେଟେ ଜଙ୍ଗଲ ନିଆଁ ଲଗାଉଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିବା ବେଳେ କଂଗ୍ରେସ ସଭ୍ୟ ମହମ୍ମଦ ମୋକିମ ରାଜ୍ୟରେ ହାତୀ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ହାତୀ ମୃତ୍ୟୁ ରୋକିବାକୁ ନେଇ ସରକାର କି ପଦକ୍ଷେପ ନେଇଛନ୍ତି ବୋଲି ପଚାରିଥିଲେ। ଜଙ୍ଗଲରେ ନିଆଁ ଲଗାଉଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଜଙ୍ଗଲରେ ବୁଲାବୁଲି କରୁଥିବା ସନ୍ଦିଗ୍ଧ ଲୋକଙ୍କ ଉପରେ ନଜର ରଖାଯାଇଛି। ଏହାସହ ଖରାଦିନେ ଜଳକଷ୍ଟ ଦୂର ପାଇଁ ଆବଶ୍ୟକ ସ୍ଥଳେ ବଜେଟ ବାହାରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ପାଇଁ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର କାର୍ଯ୍ୟ ନିର୍ବାହୀଯନ୍ତ୍ରୀଙ୍କୁ ଅନୁମତି ଦିଆଯାଇଛି। ପାଇପ ଯୋଗେ ପାନୀୟ ଜଳ ପହଞ୍ଚି ନ ଥିବା ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri